ବିଜେଡି, ବିଜେପି, କଂଗ୍ରେସର ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ବିଜୁ ଜନତା ଦଳ ମୁଖ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଛି ୬୯ତମ ସ୍ୱାଧୀନନତା ଦିବସ। ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଭୁବନେଶ୍ୱର ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ ଦଳର ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ। ସେହିପରି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଛି ସ୍ୱାଧୀନତା ଦିବସ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ବିଜେପି ସଭାପତି କନକବର୍ଦ୍ଧନ ସିଂଦେଓ ପତାକା ଉତ୍ତୋଳନ କରିଥିଲେ। ବରିଷ୍ଠ […]

bjp flag hosting

Rakesh Mallick
  • Published: Saturday, 15 August 2015
  • , Updated: 15 August 2015, 09:44 AM IST

ଭୁବନେଶ୍ୱର: ବିଜୁ ଜନତା ଦଳ ମୁଖ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଛି ୬୯ତମ ସ୍ୱାଧୀନନତା ଦିବସ। ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଭୁବନେଶ୍ୱର ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ ଦଳର ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।

ସେହିପରି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଛି ସ୍ୱାଧୀନତା ଦିବସ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ବିଜେପି ସଭାପତି କନକବର୍ଦ୍ଧନ ସିଂଦେଓ ପତାକା ଉତ୍ତୋଳନ କରିଥିଲେ। ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କ ସହ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।

ସେହିପରି ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ପାଳନ ହୋଇଛି ସ୍ୱାଧୀନତା ଦିବସ। ପିପିସି ସଭାପତି ପ୍ରସାଦ ହରିଚନ୍ଦନ ଏଠାରେ ପତ୍ତାକା ଉତ୍ତୋଳନ କରିଥିଲେ। ଉତ୍ସବରେ ଦଳର ବହୁ ନେତା ଓ କର୍ମୀ ଯୋଗ ଦେଇଥିଲେ।

Related story