ନାମାଙ୍କନ ପତ୍ର ଦାଖଲ କଲେ ଅପରାଜିତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଉତ୍ତର ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ତଥା ଅଭିନେତ୍ରୀ ଅପରାଜିତା ମହାନ୍ତି ଆଜି ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ସକାଳ ୧୦ଟାବେଳେ ସ୍ଥାନୀୟ ଶିଖରଚଣ୍ଡୀ ମନ୍ଦିରରେ ମା’ଙ୍କ ପୂଜାର୍ଚ୍ଚନା କରି ପ୍ରାୟ ୧୦ ହଜାରୁ ଅଧିକ ସମର୍ଥକଙ୍କ ସହ ସେ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଶ୍ରୀମତୀ ମହାନ୍ତିଙ୍କ ସହ ବିଜେପି ନେତା ଗୋଲକ ମହାପାତ୍ର, ଦିଲ୍ଲୀପ ମହାନ୍ତି, ଜିଲ୍ଲା ସଭାପତି ହରେକୃଷ୍ଣ […]

bjp-candet

Manoranjan Sial
  • Published: Wednesday, 03 April 2019
  • , Updated: 03 April 2019, 09:22 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର ଉତ୍ତର ବିଧାନସଭା ଆସନରୁ ବିଜେପି ପ୍ରାର୍ଥୀ ତଥା ଅଭିନେତ୍ରୀ ଅପରାଜିତା ମହାନ୍ତି ଆଜି ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ସକାଳ ୧୦ଟାବେଳେ ସ୍ଥାନୀୟ ଶିଖରଚଣ୍ଡୀ ମନ୍ଦିରରେ ମା’ଙ୍କ ପୂଜାର୍ଚ୍ଚନା କରି ପ୍ରାୟ ୧୦ ହଜାରୁ ଅଧିକ ସମର୍ଥକଙ୍କ ସହ ସେ ଏକ ବିଶାଳ ଶୋଭାଯାତ୍ରାରେ ଯାଇ ନିଜର ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଶ୍ରୀମତୀ ମହାନ୍ତିଙ୍କ ସହ ବିଜେପି ନେତା ଗୋଲକ ମହାପାତ୍ର, ଦିଲ୍ଲୀପ ମହାନ୍ତି, ଜିଲ୍ଲା ସଭାପତି ହରେକୃଷ୍ଣ ଖୁଣ୍ଟିଆ, ପ୍ରକାଶ ଶ୍ରୀଚନ୍ଦନଙ୍କ ସମେତ ବହୁ ଦଳୀୟ ପଦାଧିକାରୀ ଏବଂ ଅଭିନେତା ବାବୁସାନ୍ ଓ ପିଣ୍ଟୁ ନନ୍ଦ ଆଦି ସାମିଲ ଥିଲେ। ଭୁବନେଶ୍ୱର-ଉତ୍ତର ବିଧାନସଭା ମଣ୍ଡଳୀର ସାମଗ୍ରିକ ବିକାଶ ପାଇଁ ସେ ଉତ୍ସଗୀକୃତ ଭାବେ କାର୍ଯ୍ୟ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।

Related story