ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ସଂପର୍କରେ ବିଧାନସଭାରେ ନରସିଂହଙ୍କ ମନ୍ତବ୍ୟକୁ ବିଜେପିର ସମାଲୋଚନା। ବିଜେପି ମୁଖପାତ୍ର ଗୋଲକ ମହାପାତ୍ର କହିଛନ୍ତି ଶଙ୍କରାଚାର୍ଯ୍ୟଙ୍କ ସାଙ୍ଗିଆ, ଶିକ୍ଷାଗତ ଯୋଗ୍ୟତା ଓ ଜାତି ପ୍ରମାଣ ମାଗିବା ହୀନମନ୍ୟତା। ନରସିଂହ ଜାଣିଶୁଣି ଜଗତ୍ଗୁରୁଙ୍କ ପ୍ରତି ଅପମାନଜନକ ଶବ୍ଦ ପ୍ରୟୋଗ କରି ଜଗନ୍ନାଥପ୍ରେମୀଙ୍କ ଆଶା, ବିଶ୍ୱାସ ଓ ଭାବାବେଗକୁ ଆଘାତ ଦେଇଛନ୍ତି।
ଏଥିପାଇଁ ନରସିଂହ ଓ କଂଗ୍ରେସ କ୍ଷମା ମାଗନ୍ତୁ । ସେପଟେ ଏନେଇ ପ୍ରତିକ୍ରିୟା ରଖି ନରସିଂହ କହିଛନ୍ତି, ସେ ଯାହା କହିଛନ୍ତି ଠିକ୍, ତେଣୁ କ୍ଷମା ମାଗିବାର ପ୍ରଶ୍ନ ଉଠୁ ନାହିଁ। ଗତ ଶନିବାର ବିଧାନସଭାରେ ଦେବୋତ୍ତର ସଂଶୋଧନ ଆଇନ୍ ଉପରେ ଆଲୋଚନା ବେଳେ ଶଙ୍କରାଚାର୍ଯ୍ୟଙ୍କ ସଂପର୍କରେ ରଖିଥିବା ମନ୍ତବ୍ୟ ଉପରେ ନରସିଂହ କ୍ଷମା ମାଗିବାକୁ ଗୋବର୍ଦ୍ଧନ ପୀଠ ମୁଖପାତ୍ର ମଧ୍ୟ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଡ଼ିଆ ଖାଦ୍ୟ ଖାଇବେ ପ୍ରବାସୀ ଭାରତୀୟ: ପ୍ରଭାତୀ ପରିଡ଼ା
ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ବି ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ।
Miscellaneous
ଉଜୁଡ଼ିଗଲା ଫସଲ, ଜୀବନ ହାରିଦେଲେ ଚାଷୀ
ଚାଷ କରିବା ପାଇଁ କୈଳାସ ପାଖାପାଖି ଅଢେଇ ଲକ୍ଷ ଟଙ୍କା ଧାର କରଜ କରିଥିଲେ।
Miscellaneous
୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
ଡିସେମ୍ବର ୩୦ ଯାଏ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା। ଏହି ସମୟ ଅବଧିକୁ ଜାନୁଆରୀ ୧୫ ଯାଏଁ ବୃଦ୍ଧି କରାଯାଇଛି। ୧୫ ପରେ ମିଳିବ ‘ସୁଭଦ୍ରା’ ଚତୁର୍ଥ ପର୍ଯ୍ୟାୟ ଟଙ୍କା
Crime
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧିଲେ, ଶୋ’ ରୁମ୍ ଲୁଟିଲେ
ସିକ୍ୟୁରିଟି ଗାର୍ଡଙ୍କ ହାତଗୋଡ଼ ବାନ୍ଧି ଲୁଟ କରିଛନ୍ତି ୩ ମୁଖାପିନ୍ଧା ଦୁର୍ବୃତ୍ତ। ବିଳମ୍ବିତ ରାତିରେ ଏହି ଡକାୟତି ହୋଇଛି।
Miscellaneous
କାଲିଠୁ ପର୍ଯ୍ୟଟକଙ୍କ ପାଇଁ ସାତକୋଶିଆ ବନ୍ଦ
୬, ୭ ଏବଂ ୮ ତାରିଖ ୩ ଧରି ସାତକୋଶିଆରେ କୁମ୍ଭୀର ଗଣନା ହେବ। ସେହିପରି ପକ୍ଷୀ ଗଣନା ପାଇଁ ୧୭ ଓ ୧୮ ତାରିଖ ମହାନଦୀରେ ବୋଟିଂ ବନ୍ଦ ରହିବ ବୋଲି ବନବିଭାଗ କହିଛି।