ଡିସେମ୍ବର ୧୪,୧୫ ଓ ୧୬ ତାରିଖରେ ବିଜେପି ଜିଲ୍ଲା ସଭାପତି ନିର୍ବାଚନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ଜୁଲାଇ ୬ ତାରିଖରୁ ଆରମ୍ଭ ହୋଇଥିବା ବିଜେପିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଚଳିତ ଡିସେମ୍ବର ମାସରେ ଶେଷ ହେବ ବୋଲି ଦଳ ତରଫରୁ ସୂଚନା ଦିଆଯାଇଛି । ଦଳର ରାଜ୍ୟ ମୁଖପାତ୍ର ତଥା ରାଜ୍ୟ ସହ ନିର୍ବାଚନ ଅଧିକାରୀ ସୁଦୀପ୍ତ ରାୟ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ୩୭ହଜାର ବୁଥରୁ ୨୪ ହଜାର ୫ଶହ ୩୫ ବୁଥ କମିଟି ଗଠନ ହୋଇସାରିଛି । ସେହିପରି ୧୦୦୪ ମଣ୍ଡଳରୁ ୯୦୦ରୁ ଉଦ୍ଧ୍ୱର୍ […]

Odisha-BJP-

Odisha-BJP-

Tapas Behera
  • Published: Monday, 09 December 2019
  • Updated: 09 December 2019, 04:00 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗତ ଜୁଲାଇ ୬ ତାରିଖରୁ ଆରମ୍ଭ ହୋଇଥିବା ବିଜେପିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଚଳିତ ଡିସେମ୍ବର ମାସରେ ଶେଷ ହେବ ବୋଲି ଦଳ ତରଫରୁ ସୂଚନା ଦିଆଯାଇଛି ।

ଦଳର ରାଜ୍ୟ ମୁଖପାତ୍ର ତଥା ରାଜ୍ୟ ସହ ନିର୍ବାଚନ ଅଧିକାରୀ ସୁଦୀପ୍ତ ରାୟ ସୂଚନା ଦେଇ କହିଛନ୍ତି ଯେ, ରାଜ୍ୟରେ ୩୭ହଜାର ବୁଥରୁ ୨୪ ହଜାର ୫ଶହ ୩୫ ବୁଥ କମିଟି ଗଠନ ହୋଇସାରିଛି । ସେହିପରି ୧୦୦୪ ମଣ୍ଡଳରୁ ୯୦୦ରୁ ଉଦ୍ଧ୍ୱର୍ ମଣ୍ଡଳରେ ନିର୍ବାଚନ ଶେଷ ହୋଇଛି । ଦଳୀୟ ସମ୍ବିଧାନ ଅନୁସାରେ ମଣ୍ଡଳ ନିର୍ବାଚନ ପରେ ଜିଲ୍ଲା ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଥାଏ। ସେଥିପାଇଁ ଆଗାମୀ ୧୪,୧୫ ଏବଂ ୧୬ ତାରିଖରେ ବିଜେପିର ୩୬ଟି ସାଂଗଠନିକ ଜିଲ୍ଲାରେ ନିର୍ବାଚନ ଅନୁଷ୍ଠିତ ହେବ।

ଶ୍ରୀ ରାୟ କହିଛନ୍ତି ଯେ, ବିଜେପି ହେଉଛି ଭାରତର ସବୁଠାରୁ ବଡ ରାଜନୈତିକ ଦଳ ଏବଂ ଦଳର ଗଣତାନ୍ତ୍ରିକ ପଦ୍ଧତିରେ ବୁଥ ସଭାପତି, ମଣ୍ଡଳ ସଭାପତି, ଜିଲ୍ଲା ସଭାପତି, ରାଜ୍ୟ ସଭାପତି ନିର୍ବାଚନ ହୋଇଥାଏ । ବିଜେପିର ଜିଲ୍ଲା ସଭାପତି ନିର୍ବାଚନ ପୂର୍ବରୁ ଡିସେମ୍ବର ୧୧ ଏବଂ ୧୨ ତାରିଖରେ ପ୍ରତ୍ୟେକ ଜିଲ୍ଲାକୁ ୨ ଜଣ ଲେଖାଏଁ ପର୍ଯ୍ୟବେକ୍ଷକ ଯିବେ । ନବ ନିଯୁକ୍ତ ମଣ୍ଡଳ ସଭାପତି ଏବଂ ଜିଲ୍ଲା ପ୍ରତିନିଧୀ ମାନଙ୍କ ପରାମର୍ଶ ନେଇ ଜିଲ୍ଲା ନିର୍ବାଚନ କରାଯିବ ।

ବର୍ତମାନ ସୁଦ୍ଧା ୩୫ଟି ସାଙ୍ଗଠନିକ ଜିଲ୍ଲାରେ ମଣ୍ଡଳ ନିର୍ବାଚନ ସମାପ୍ତ ହୋଇଛି । କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର ଏବଂ ସାଂସଦ ରାଜୀବ ପ୍ରତାପ ରୁଢୀଙ୍କୁ ରାଜ୍ୟ ନିର୍ବାଚନ ପାଇଁ ପର୍ଯ୍ୟବେକ୍ଷକ ଭାବେ ଦାୟୀତ୍ୱ ଦିଆଯାଇଛି । ଜିଲ୍ଲା ନିର୍ବାଚନ ପ୍ରକ୍ରିୟା ୧୬ ତାରିଖରେ ସରିବା ପରେ ରାଜ୍ୟ ସଭାପତି ନିର୍ବାଚନ ପାଇଁ କେନ୍ଦ୍ର ବିଜେପି ପକ୍ଷରୁ ତାରିଖ ଘୋଷଣା କରାଯିବ ବୋଲି ଶ୍ରୀ ରାୟ କହିଛନ୍ତି । ଏହି ଅବସରେ ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଉପସ୍ଥିତ ଥିଲେ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos