Advertisment

ନବମ ରାଉଣ୍ଡ ଗଣତି ଶେଷ: ଆଗରେ ଚାଲିଛି ବିଜେପି

ଭଦ୍ରକ (ଓଡ଼ିଶା ରିପୋର୍ଟର): ଧାମନଗର ଉପନିର୍ବାଚନରେ ଆଜି ଭୋଟ୍ ଗଣତି ଚାଲିଛି। ମୋଟ ୧୮ଟି ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ନବମ ରାଉଣ୍ଡ ଗଣତି ଶେଷ ହୋଇଛି। ଏହି ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ତାଙ୍କର ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୫୨୬୫ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି। ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ୪୧,୦୮୯ ଖଣ୍ଡ ଭୋଟ୍ ପାଇଥିବା ବେଳେ […]

ପ୍ରଥମ ରାଉଣ୍ଡରେ ବିଜେପି ଆଗୁଆ

Dhamnagar

Advertisment

ଭଦ୍ରକ (ଓଡ଼ିଶା ରିପୋର୍ଟର): ଧାମନଗର ଉପନିର୍ବାଚନରେ ଆଜି ଭୋଟ୍ ଗଣତି ଚାଲିଛି। ମୋଟ ୧୮ଟି ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ନବମ ରାଉଣ୍ଡ ଗଣତି ଶେଷ ହୋଇଛି। ଏହି ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ତାଙ୍କର ନିକଟତମ ପ୍ରାର୍ଥୀ ବିଜେଡିର ଅବନ୍ତୀ ଦାସଙ୍କ ଠାରୁ ୫୨୬୫ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି।

Advertisment

ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେପି ପ୍ରାର୍ଥୀ ସୂରଜ ସୂର୍ଯ୍ୟବଂଶୀ ୪୧,୦୮୯ ଖଣ୍ଡ ଭୋଟ୍ ପାଇଥିବା ବେଳେ ବିଜେଡିର ଅବନ୍ତୀ ଦାସ ୩୫,୮୨୪ ଖଣ୍ଡ ଭୋଟ୍ ପାଇଛନ୍ତି।

ବିଜେଡିରୁ ଟିକେଟ୍ ନମିଳିବାରୁ ସ୍ୱାଧୀନ ପ୍ରାର୍ଥୀ ହୋଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ୫୫୫୭ ଖଣ୍ଡ ଭୋଟ୍ ପାଇଥିବା ବେଳେ କଂଗ୍ରେସ ପ୍ରାର୍ଥୀ ବାବା ହରେକୃଷ୍ଣ ସେଠୀ ୧୫୫୬ ଖଣ୍ଡ ଭୋଟ୍ ପାଇଛନ୍ତି।

Advertisment

ପ୍ରଥମ ରାଉଣ୍ଡରୁ ସୂରଜ ସୂର୍ଯ୍ୟବଂଶୀ ଆଗରେ ରହିଛନ୍ତି। ପ୍ରଥମ ରାଉଣ୍ଡରେ ୭୭୯, ଦ୍ୱିତୀୟ ରାଉଣ୍ଡରେ ୧୩୭୯, ତୃତୀୟ ରାଉଣ୍ଡରେ ୨୦୩୩, ଚତୁର୍ଥ ରାଉଣ୍ଡରେ ୩୨୬୧, ପଞ୍ଚମ ରାଉଣ୍ଡରେ ୩୫୭୨, ଷଷ୍ଠ ରାଉଣ୍ଡରେ ୪୩୯୨ ଓ ସପ୍ତମ ରାଉଣ୍ଡରେ ୫୨୦୦ ଖଣ୍ଡ ଭୋଟ୍‌ରେ ଆଗରେ ରହିଥିଲେ ସୂର୍ଯ୍ୟବଂଶୀ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe