ଭୁବନେଶ୍ୱର: ଭୁବନେଶ୍ୱରରେ ଆରମ୍ଭ ହୋଇଛି ବିଜେପି ଜନଜାତି ମୋର୍ଚ୍ଚାର ଜାତୀୟ କାର୍ଯ୍ୟକାରିଣୀ। ଦୁଇଦିନ ଧରି ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ଆଜି ଉଦଘାଟିତ ହୋଇଛି। କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ଓ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅର୍ଜୁନ ମୁଣ୍ଡା ଯୋଗ ଦେଇଛନ୍ତି। କାର୍ଯ୍ୟକାରିଣୀରେ ଜନଜାତିଙ୍କ ବିକାଶ ପାଇଁ କେନ୍ଦ୍ର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ଓ ଏହାର କାର୍ଯ୍ୟକାରିତା ନେଇ ଆଲୋଚନା ହେବ। ଏହା ସହ କାର୍ଯ୍ୟକାରିଣୀରେ ରାଜ୍ୟରେ ଜନଜାତିଙ୍କୁ ଘରଡିହ ପଟ୍ଟା ନ ମିଳିବା, ବିଭିନ୍ନ ଜଙ୍ଗଲ ଜାତ ଦ୍ରବ୍ୟର ଉଚିତ ମୁଲ୍ୟ ନ ମିଳିବା, ସଂରକ୍ଷଣ ଆଇନ ଅନୁସାରେ ଆଦିବାସୀଙ୍କୁ ନିଯୁକ୍ତି ନମିଳିବା ପରି ପ୍ରସଙ୍ଗ ଉପରେ ଆଲୋଚନା କରାଯାଇ ଚିଠା ପ୍ରସ୍ତାବ ଆଗତ କରାଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।
Miscellaneous
ଆମ୍ବ ଟାକୁଆ ଖାଇବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ
ଆମ୍ବ ଟାକୁଆ ଖାଇ ଗୁରୁତର ଥିବା ଆଉ ଜଣେ ଏବେ ବି ଏସସିବିରେ ଚିକିତ୍ସାଧୀନ ଅଛନ୍ତି।
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।