ମାହାଙ୍ଗା ଡବଲ ମର୍ଡ଼ର ମାମଲାରେ ୪ ଗିରଫ

ସାଲେପୁର(ମନୋଜ ଆଚାର୍ଯ୍ୟ): ବିଜେପି ନେତା ତଥା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ମାମଲାରେ କଟକ ଗ୍ରାମାଞ୍ଚଳ ପୁଲିସ୍ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏପରିକି ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର ଜବତ କରାଯାଇଛି। ଘଟଣାର ତଦନ୍ତ ଚାଲୁ ରହିଛି ବୋଲି ଗ୍ରାମାଞ୍ଚଳ ଏସ୍‌ପି ବି. ଯୁଗଳ କିଶୋର କହିଛନ୍ତି। ଶନିବାର ସଞ୍ଜ ବେଳେ କୁଳମଣି ଓ ତାଙ୍କ ସହଯୋଗୀ ବାଇକ୍‌ରେ ଘରକୁ ଫେରୁଥିବା […]

mahanga

Manoranjan Sial
  • Published: Tuesday, 05 January 2021
  • , Updated: 05 January 2021, 03:29 PM IST

ସାଲେପୁର(ମନୋଜ ଆଚାର୍ଯ୍ୟ): ବିଜେପି ନେତା ତଥା ମାହାଙ୍ଗା ବ୍ଲକର ପୂର୍ବତନ ଅଧ୍ୟକ୍ଷ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ହତ୍ୟା ମାମଲାରେ କଟକ ଗ୍ରାମାଞ୍ଚଳ ପୁଲିସ୍ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଏପରିକି ହତ୍ୟାକାଣ୍ଡରେ ବ୍ୟବହୃତ ମାରଣାସ୍ତ୍ର ଜବତ କରାଯାଇଛି। ଘଟଣାର ତଦନ୍ତ ଚାଲୁ ରହିଛି ବୋଲି ଗ୍ରାମାଞ୍ଚଳ ଏସ୍‌ପି ବି. ଯୁଗଳ କିଶୋର କହିଛନ୍ତି।

ଶନିବାର ସଞ୍ଜ ବେଳେ କୁଳମଣି ଓ ତାଙ୍କ ସହଯୋଗୀ ବାଇକ୍‌ରେ ଘରକୁ ଫେରୁଥିବା ବେଳେ ତାଙ୍କ ଉପରେ ଅତର୍କିତ ଆକ୍ରମଣ ହୋଇଥିଲା। ଫଳରେ ଘଟଣାସ୍ଥଳରେ କୁଳମଣିଙ୍କର ମୃତ୍ୟୁ ଘଟିଥିବା ବେଳେ ବଡ଼ ମେଡିକାଲ୍‌ରେ ଦିବ୍ୟସିଂହଙ୍କର ମୃତ୍ୟୁ ଘଟିଥିଲା। ଏହାକୁ ନେଇ ମାହାଙ୍ଗାରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଦାବି କରିଥିଲା ବିଜେପି।

ସ୍ଥିତି ବିଗୁଡ଼ୁଥିବା ଦେଖି ମାମଲାର ତଦନ୍ତ ପାଇଁ ଗ୍ରାମାଞ୍ଚଳ ଏସ୍‌ପିଙ୍କ ନେତୃତ୍ୱରେ ୫ଟି ଟିମ୍‌ ଗଠନ କରାଯାଇଥିଲା। ପୁଲିସ ବିଭିନ୍ନ ସ୍ଥାନରେ ଚଢ଼ଉ କରି ୪ ଅଭିଯୁକ୍ତଙ୍କୁ ରାତି ଅଧିଆ ଉଠାଇ ଆଣି ଅଜ୍ଞାତବାସରେ ରଖି ପଚରାଉଚରା କରିଥିଲା।  ଆଜି ମୁଖ୍ୟ ଅଭିଯୁକ୍ତକୁ ଘଟଣାସ୍ଥଳକୁ ନେଇ ସିନ୍ ରିକ୍ରିଏଟ କରିଛି ମାହାଙ୍ଗା ପୁଲିସ୍‌ । ପରେ ମୁଖ୍ୟଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରାଯାଇଥିବା ଗ୍ରାମାଞ୍ଚଳ ଏସ୍‌ପି ବି.ଯୁଗଳ କିଶୋର କହିଛନ୍ତି।

Related story