ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବରିଷ୍ଠ ବିଜେପି ନେତା ତଥା ଅବସରପ୍ରାପ୍ତ ଆଇପିଏସ୍ ଅଫିସର ଅଶୋକ ସାହୁଙ୍କ ପରଲୋକ ହୋଇଯାଇଛି।
କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ହୋଇଥିଲା।
ଅସୁସ୍ଥତା ଯୋଗୁଁ ତାଙ୍କର ପରଲୋକ ହୋଇଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ଆସାମର ଅତିରିକ୍ତ ପୋଲିସ ଡିଜି ପଦବୀରୁ ସ୍ୱେଚ୍ଛାକୃତ ଅବସର ନେଇ ରାଜନୀତିରେ ପାଦ ଥାପିଥିଲେ ଅଶୋକ ସାହୁ।
ଶ୍ରୀ ସାହୁଙ୍କ ପରଲୋକରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍ କରି ଶୋକ ପ୍ରକାଶ କରିଛନ୍ତି। ଏହା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।
ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି ।
— Dharmendra Pradhan (@dpradhanbjp) September 17, 2020
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।