ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜଧାନୀରେ ‘କରୋନା’ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢୁଥିବାରୁ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି। ଭୁବନେଶ୍ୱରର ସ୍ଥିତି ଗମ୍ଭୀର, ସ୍ଥିତି ନିୟନ୍ତ୍ରଣ ବାହାରକୁ ଗଲାଣି ବୋଲି କହିଛନ୍ତି ଭୁବନେଶ୍ୱର ଜିଲ୍ଲା ବିଜେପି ସଭାପତି ବାବୁ ସିଂ।
ସେ କହିଛନ୍ତି-“ପ୍ରତିଦିନ କ୍ୱାରେଣ୍ଟାଇନ କେସ୍ ଅପେକ୍ଷା ଲୋକାଲ କେସ୍ ବଢ଼ିବାରେ ଲାଗିଛି। ଠିକ୍ରେ ସାନିଟାଇଜ ହେଉନି। କଣ୍ଟାକ୍ଟ ଟ୍ରେସିଂ ଫେଲ୍ ମାରିଛି। କୌଣସି ସରକାରୀ ଅଧିକାରୀ ଫୋନ୍ ଉଠାଉନାହାନ୍ତି।”
ଏଭଳି ଅନେକ ଅଭିଯୋଗ ଆଣି ଆଜି ବାବୁ ସିଂ ରାଜ୍ୟ ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି। କେନ୍ଦ୍ର ଗୃହ ମନ୍ତ୍ରଣାଳୟର ସହାୟତା କ୍ରମେ ଦିଲ୍ଲୀରେ କରୋନା ସଂକ୍ରମଣରେ ବ୍ରେକ ଲାଗିଛି। ତେଣୁ ଦିଲ୍ଲୀ ମଡେଲକୁ ଓଡ଼ିଶା ସରକାର ଆପଣାନ୍ତୁ ବୋଲି କହିଛନ୍ତି ବାବୁ ସିଂ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କ୍ରିକେଟର ଫାଇନାଲ ମ୍ୟାଚ୍ ନେଲା ଗୋଷ୍ଠୀ ସଂଘର୍ଷର ରୂପ, ବ୍ୟାପକ ଭଙ୍ଗାରୁଜା
ବେଡ଼ାପଡ଼ା ଗାଁରେ ସୁବାସ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଥିଲା।
Miscellaneous
ବାଗେଶ୍ୱର ବାବାଙ୍କ ବଡ଼ ବୟାନ: ଓଡ଼ିଶାରୁ ବାଜି ପାରେ ହିନ୍ଦୁ ରାଷ୍ଟ୍ରର ବିଗୁଲ
ତାଙ୍କ କହିବା କଥା ଯେ ସମସ୍ତ ହିନ୍ଦୁ ଗୋଟିଏ କାରଣ ପାଇଁ ଏକାଠି ହେବାର ସମୟ ଆସି ଯାଇଛି। ସେହିପରି ହିନ୍ଦୁ ରାଷ୍ଟ୍ର ଗଠନର ବିଗୁଲ କେବଳ ଓଡ଼ିଶାରୁ ବାଜି ପାରେ ବୋଲି ସେ କହଛନ୍ତି।
Miscellaneous
ବ୍ୟାନ୍ ପରେ ବି ଉଡ଼ୁଛି ଚାଇନିଜ ମାଞ୍ଜା ସୁତା ଗୁଡ଼ି, ସାଜିପାରେ ଘାତକ
ସରକାର ବ୍ୟାନ୍ କରି ସାରିଥିବା ବେଳେ କଟକ ସହରରେ କିନ୍ତୁ ଖୁଲମଖୁଲା ଜମୁଛି ବେପାର। ସବୁବେଳେ ଜନଗହଳିପୂର୍ଣ୍ଣ ରହୁଥିବା କଟକ ସହରରେ ଚାଇନିଜ ମାଞ୍ଜା ସୁତା ଲଗା ଗୁଡ଼ି ଉଡ଼ୁଛି।
Crime
ଲୋକସେବା ଭବନରୁ ମହାଠକକୁ ଗିରଫ କଲା ପୁଲିସ୍, ମିଳିଲା ନକଲି ପରିଚୟପତ୍ର
ବ୍ୟାସଦେବ ନିଜକୁ ପଞ୍ଚାୟତି ରାଜ ବିଭାଗର ଜଣେ ସେକ୍ସନ ଅଫିସର ଭାବେ ପରିଚୟ ଦେଇ ଲୋକଙ୍କୁ ଠକି ଚାଲିଥିଲା।
Miscellaneous
ସୀମାନ୍ତରେ ନକ୍ସଲଙ୍କ ଆଇଇଡି ବିସ୍ଫୋରଣ, ୨ ସୁରକ୍ଷାକର୍ମୀ ଆହତ
ସ୍ଥାନୀୟ ପୁଲିସ୍ କହିଛି ଯେ ଜାଙ୍ଗାଲା ନିକଟର ଜୈଗୁର ଜଙ୍ଗଲରେ ରବିବାର ସନ୍ଧ୍ୟାରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା। ଡିଆରଜି ଯବାନ ଓ କୁଟ୍ରୁ ପୁଲିସ୍ର କର୍ମଚାରୀମାନେ ଏଥିରେ ସାମିଲ ହୋଇଥିଲେ।