ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପିର ବରିଷ୍ଠ ନେତା ଦାମୋଦର ରାଉତଙ୍କ ପତ୍ନୀଙ୍କ ପରଲୋକ ହୋଇଯାଇଛି। ତାଙ୍କ ନାଁ ସ୍ନେହଲତା ମହାପାତ୍ର। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।
[caption id="attachment_356023" align="aligncenter" width="750"] ଝିଅ ପ୍ରୀତିନନ୍ଦାଙ୍କ ସହିତ ସ୍ନେହଲତା[/caption]
ସ୍ନେହଲତା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ସେ ଏକ ଘରୋଇ ହସ୍ପିଟାଲ୍ରେ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ତାଙ୍କ ଝିଅ ପ୍ରୀତିନନ୍ଦା ରାଉତରାୟ ଏହି ସୂଚନା ଦେଇଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଓ କେ.ଭି ସିଂହଦେଓ ପ୍ରମୁଖ ଦାମଙ୍କ ବାସଭବନକୁ ଯାଇ ତାଙ୍କ ପତ୍ନୀଙ୍କ ଶେଷ ଦର୍ଶନ କରିଥିଲେ ଓ ତାଙ୍କ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ।\
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
‘ଆଇନ ଛାତ୍ର ରାଗିଂ କରିବା ଅଶୋଭନୀୟ, ଅନାଥାଶ୍ରମରେ ସପ୍ତାହେ ପାଠ ପଢ଼ାଇବେ’
ଆବେଦନର ବିଚାର କରି ଆଇନ ଛାତ୍ରଙ୍କ ବିରୋଧରେ ନିମ୍ନ ଅଦାଲରେ ରୁଜୁ ହୋଇଥିବା ଫୌଜଦାରୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ମାତ୍ର ଆଇନ ଛାତ୍ରଙ୍କ ଏପରି ଆଚରଣରେ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ।
Miscellaneous
ଜବରଦଖଲ ଉଚ୍ଛେଦକୁ ବିରୋଧ, ପ୍ରଶାସନ ଲାଗୁ କଲା କର୍ଫ୍ୟୁ
ବାଲେଶ୍ୱରର ଯାଦପୁର, ଅକ୍ତିଆରପୁର ଓ ଭାସ୍କରଗଞ୍ଜ ମୌଜାରେ ଜବରଦଖଲ ଉଚ୍ଛେଦ ପାଇଁ ପ୍ରଶାସନ କଠୋର ପଦକ୍ଷେପ ନେଇଛି । ସେହି ସ୍ଥାନରେ ତୃତୀୟ ଲାଇନ କାମରେ ବାଧକ ସାଜିଛନ୍ତି ଜବରଦଖଲକାରୀ ।
Crime
ରାତି ଅଧରେ ଫୁଟିଲା ବୋମା, ଦୁର୍ବୃତ୍ତ ଫେରାର
ଗତ ରାତିରେ ଫୁଟିଛି ବୋମା । ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ହୋଇଛି ବୋମା ମାଡ଼ ।
Events & Festivals
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରବାସୀ ଭାରତୀୟ ପ୍ରଦର୍ଶନୀ। ଆଜି ସକାଳ ୧୦ଟାରୁ ପ୍ରଦର୍ଶନୀ ଖୋଲା ରହିବ।
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।