ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ପହଞ୍ଚିଲେ ବିଜେପି ରାଜ୍ୟ ପ୍ରଭାରୀ ଡିି. ପୁରନ୍ଦେଶ୍ୱରୀ। ରାଜ୍ୟ ପ୍ରଭାରୀ ଭାବେ ନିଯୁକ୍ତି ପାଇବା ପରେ ସେ ପ୍ରଥମ ଥର ଓଡ଼ିଶା ଆସିଛନ୍ତି। ଆଜି ସନ୍ଧ୍ୟା ବେଳେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କ ଭବ୍ୟ ସ୍ୱାଗତ କରାଯାଇଥିଲା। ରାଜ୍ୟର ବରିଷ୍ଠ ନେତାମାନଙ୍କ ସହ ଆଲୋଚନା ପରେ ପ୍ରତିକ୍ରିୟା ରଖିବେ ବୋଲି ପୁରନ୍ଦେଶ୍ୱରୀ ଗଣମାଧ୍ୟମକୁ କହିଛନ୍ତି।
ସୂଚନାରୁ ପ୍ରକାଶ, ରାଜ୍ୟ ବିଜେପିର ସାଂଗଠନିକ ସ୍ଥିତି ଅନୁଧ୍ୟାନ ଓ ଦଳକୁ ତୃଣମୂଳ ସ୍ତରରୁ ଆହୁରି ମଜବୁତ କରିବା ଉଦ୍ଦେଶ୍ୟରେ ୩ ଦିନିଆ ଗସ୍ତରେ ପୁରନ୍ଦେଶ୍ୱରୀ ଆସିଛନ୍ତି। ସେ ଏଠାରେ ୧୦, ୧୧ ଓ ୧୨ ତାରିଖ ୩ ଦିନ ଧରି ରହି ଦଳୀୟ ପଦାଧିକାରୀ, ସାଂସଦ, ବିଧାୟକ ଏବଂ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନର ନେତୃବୃନ୍ଦଙ୍କ ସହ ବିସ୍ତୃତ ଆଲୋଚନା କରିବେ। ଆସନ୍ତା ୨୦୨୨ ପୌର ନିର୍ବାଚନ ଓ ୨୦୨୪ ସଧାରଣ ନିର୍ବାଚନ ପାଇଁ ଦଳର ଭବିଷ୍ୟତ ରଣନୀତି କିଭଳି ପ୍ରସ୍ତୁତ ହେବ ସେ ସମ୍ପର୍କରେ ଦଳୀୟ ନେତାଙ୍କୁ ପରାମର୍ଶ ଦେବେ ପୁରନ୍ଦେଶ୍ୱରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।