ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ପାଟକୁରା ନିର୍ବାଚନରେ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ ଆଣିଛି ବିଜେପି । ଏମିତିକି ଏଥିରେ ପ୍ରିଜାଇଡିଂ ଅଫିସରଙ୍କର ସମ୍ପୃକ୍ତି ରହିଛି ଓ ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଲେଖାଶ୍ରୀ ସାମନ୍ତସିଂହାର ଦାବି କରିଛନ୍ତି।
ଡାହାଳପୁରର ୨୨୦ ନମ୍ବର ଏବଂ ପାଟକୁରାର ୨୯୪ ନମ୍ବର ବୁଥରେ ଇଭିଏମ ବଦଳା ଯାଇଥିବା ଦଳ ଅଭିଯୋଗ ଆଣିବା ସହ ୩୦୮ଟି ବୁଥ୍ ଲାଗି ଆସିଥିବା ଅଧିକ ଶହେ ଇଭିଏମକୁ ନେଇ ମଧ୍ୟ ଶଙ୍କା ପ୍ରକାଶ କରିଛି ବିଜେପି।
ଏସବୁ ଘଟଣାକୁ ନେଇ ଦଳ, ସିଇଓଙ୍କ ନିକଟରେ ଫେରାଦ ହେବ ବୋଲି କହିଛନ୍ତି ଲେଖାଶ୍ରୀ। ସେପଟେ ବିଜେପିର ଏହି ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛି ବିଜେଡି। ଦଳର ବରିଷ୍ଠ ନେତା ଶଶିଭୂଷଣ ବେହେରା କହିଛନ୍ତି ଏବେ ନିର୍ବାଚନକୁ ନେଇ ଏଭଳି ଅଭିଯୋଗ ଏକ ସ୍ୱାଭାବିକ୍ ପ୍ରକ୍ରିୟାରେ ପରିଣତ ହେଲାଣି। ପାଟକୁରାରେ ପରାଜୟ ହେବା ଜାଣି ବିଜେପି ଏଭଳି ଅଭିଯୋଗ ଆଣୁଥିବା ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଚାଷୀଙ୍କୁ ସରକାରଙ୍କ ପରାମର୍ଶ: ବୀମା ସହାୟତା ପାଇଁ ହେଲପଲାଇନକୁ ଜଣାଅ
ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ କହିଛନ୍ତି ଯେ, ସମସ୍ତ ବୀମାଭୁକ୍ତ ଚାଷୀଙ୍କୁ ଉଚିତ୍ କ୍ଷତିପୂରଣ ଦେବା ପାଇଁ ସରକାର ପଦକ୍ଷେପ ନେଉଛନ୍ତି । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ନିୟମ ଅନୁସାରେ ଫସଲ ଅମଳର ପରବର୍ତ୍ତୀ କ୍ଷୟକ୍ଷତି ପାଇଁ ମଧ୍ୟ ବୀମା ସହାୟତା ପ୍ରଦାନ କରାଯିବ ।
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।