ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ଉପନିର୍ବାଚନ ସ୍ଥିତି ନେଇ ମୁଖ୍ୟ ନିର୍ବାଚନ କମିଶନଙ୍କୁ ଭେଟିଲା ବିଜେପି। ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଓ ସାଂସଦ ଅଶ୍ୱିନ କୁମାର ବୈଷ୍ଣବ ବିଭିନ୍ନ ଅଭିଯୋଗ ଆଣି ମୁଖ୍ୟ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ସେମାନେ ଅଭିଯୋଗ କରିଛନ୍ତି ଯେ, ଶାସକ ଦଳର ନେତା, ମନ୍ତ୍ରୀ, ବିଧାୟକ, ସାଂସଦ ଉପ ନିର୍ବାଚନକୁ ଓ ମତଦାତାଙ୍କୁ ପ୍ରଭାବିତ କରୁଛନ୍ତି। ସେହିପରି ଜଗତସିଂହପୁର ପୂର୍ବତନ ଜିଲ୍ଲାପାଳଙ୍କ ବଦଳି ହୋଇଥିଲେ ମଧ୍ୟ ତିର୍ତ୍ତୋଲରେ ରହି ନିର୍ବାଚନକୁ ପ୍ରଭାବିତ କରିବା ପାଇଁ ଚେଷ୍ଟା କରୁଛନ୍ତି ବୋଲି ଅଭିଯୋଗ କରିଛନ୍ତି ସମ୍ବିତ ପାତ୍ର। ତେବେ ନେତା ଓ ମନ୍ତ୍ରୀ ୪୮ ଘଣ୍ଟା ପୂର୍ବରୁ ଜାଗା ନଛାଡ଼ିଲେ କାର୍ଯ୍ୟନୁଷ୍ଠାନ ହେବ ବୋଲି କମିଶନ କହିଥିବା କହିଛନ୍ତି। ତା’ସହ ପୂର୍ବତନ ଜିଲ୍ଲାପାଳଙ୍କ ଉପସ୍ଥିତି ନେଇ ତଥ୍ୟ ମିଳିଲେ ମଧ୍ୟ କାର୍ଯ୍ୟାନୁଷ୍ଠାନ ହେବ ବୋଲି କମିଶନ କହିଥିବା ସେ କହିଛନ୍ତି। ତେବେ ଏନେଇ ଶାସକ ଦଳ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।