ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସେପ୍ଟେମ୍ବର ୨୯ ସକାଳ ୧୦ ଟାରେ ଭୁବନେଶ୍ୱରରେ ପହଞ୍ଚିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଭବ୍ୟ ସ୍ୱାଗତ କରାଯିବ। ସେଠାରୁ ତାଙ୍କୁ ଶୋଭାଯାତ୍ରାରେ ପାର୍ଟି ଅଫିସ୍କୁ ପାଛୋଟି ନିଆଯିବ। ତା’ପରେ ସେ ଜନତା ମଇଦାନକୁ ଯିବେ। ଦିନ ୧୧ ଟାରେ ସେ ପଞ୍ଚାୟତସ୍ତରୀୟ ସମାବେଶରେ ଯୋଗଦେବେ। ଏନେଇ ସୂଚନା ଦେଇଛନ୍ତି ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର।
ଶ୍ରୀ ମହାପାତ୍ର ଆହୁରି କହିଛନ୍ତି, ଜନତା ମଇଦାନ ସଭା ସାରିରେ ପାର୍ଟି ଅଫିସ୍କୁ ଆସିବେ ଶ୍ରୀ ନଡ୍ଡା। ସେଠାରେ ଦଳୀୟ ନେତାଙ୍କ ସହିତ ଆଲୋଚନା କରିବେ। ସେହି ରାତିରେ ସେ ପୁରୀ ଯିବେ। ୩୦ ତାରିଖ ସକାଳେ ସେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ତା’ପରେ ସେ ଧାମନଗର ଯାଇ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପରିବାର ଲୋକଙ୍କୁ ଭେଟି ସମବେଦନା ଜଣାଇବେ। ସେଠାରୁ ସେ ଭୁବନେଶ୍ୱର ଫେରି ଜନତା ମଇଦାନରେ ସଂଯୁକ୍ତ ମୋର୍ଚ୍ଚାର ସମାବେଶରେ ଯୋଗଦେବେ। ସଭା ସାରିବା ପରେ ସେ ଫେରିଯିବେ ବୋଲି ଶ୍ରୀ ମହାପାତ୍ର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।