ଆସନ୍ତାକାଲିଠୁ ବିଜେପିର ଦୁଇଦିନିଆ ରାଜ୍ୟ କାର୍ଯ୍ୟକାରିଣୀ

ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୨ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ

ବିଜେପି ପାର୍ଟି ଅଫିସ୍‌

Ordigital Desk
  • Published: Friday, 20 January 2023
  • , Updated: 20 January 2023, 09:57 PM IST

ସାଧାରଣ ନିର୍ବାଚନ ପାଇଁ ରାଜନୀତିକ ଦଳଗୁଡ଼ିକ ପ୍ରସ୍ତୁତି ଜାରି ରଖିଥିବାବେଳେ ଆସନ୍ତାକାଲିଠୁ ରାଜ୍ୟ ବିଜେପିର ଦୁଇଦିନିଆ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ପ୍ରଥମ ଦିନରେ ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ଓ ରାଷ୍ଟ୍ରୀୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀଙ୍କ ବୈଠକ ଅନୁଷ୍ଠିତ ହେବ । ଦ୍ୱିତୀୟ ଦିନ ଚନ୍ଦ୍ରଶେଖରପୁରର ଏକ ହୋଟେଲରେ ପୂର୍ଣ୍ଣାଙ୍ଗ କାର୍ଯ୍ୟକାରିଣୀ ବସିବ ବୋଲି ଜଣାପଡ଼ିଛି ।

ଦଳର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ , ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ଆସନ୍ତା ୨୨ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବ । ଏହାପୂର୍ବରୁ ଆସନ୍ତାକାଲି ୨୧ତାରିଖ ଅପରାହ୍ନ ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ ।

ସେହିପରି ୨୨ତାରିଖରେ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ରାଜ୍ୟର ସମସ୍ତ କେନ୍ଦ୍ରମନ୍ତ୍ରୀ, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ  ଡି.ପୁରନ୍ଦେଶ୍ୱରୀ, ସମସ୍ତ ସାଂସଦ ଓ ବିଧାୟକ, ରାଷ୍ଟ୍ରୀୟ ପଦାଧିକାରୀ, ରାଜ୍ୟ ପଦାଧିକାରୀ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଏବଂ ବିଭିନ୍ନ ମୋର୍ଚ୍ଚା ସଭାପତିମାନେ ଯୋଗ ଦେବେ ।

Related story