କଟକ (ଓଡ଼ିଶା ରିପୋର୍ଟର):କଟକ ଖାନନଗରରେ ନୂଆ ବସଷ୍ଟାଣ୍ଡ ନିର୍ମାଣକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେପି । କଟକ ଜିଲ୍ଲା ବିଜେପି ସଭାପତି ପ୍ରକାଶ ବେହେରା କହିଛନ୍ତି, କଟକ ଗୋପାଳପୁର ବାଲିକୁଦାରେ ବସ୍ ଟର୍ମିନାଲ ପାଇଁ ୨୦୧୩ରେ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ୪୩ ଏକ ଜାଗାରେ ବିରାଟ ବସ ଟର୍ମିନାଲ ନିର୍ମାଣ ପାଇଁ ନିଷ୍ପତ୍ତି ହୋଇଥିଲା। ଏବେ ୧୩ ଏକର ଜାଗାର ହିସାବ ମିଳୁନି। ପ୍ରକାଶ ପ୍ରଶ୍ନ କରିଛନ୍ତି, ଜମି ଜବରଦଖଲକାରୀଙ୍କୁ ସୁରକ୍ଷା ଦେବାକୁ ସରକାର ବସ୍ ଟର୍ମିନାଲ ସ୍ଥାନ ପରିବର୍ତ୍ତନ କରିଛନ୍ତି କି ? ହଠାତ କାହିଁକି ସ୍ଥାନ ପରିର୍ତ୍ତନ କରି ଖାନନଗରରେ ବସ୍ ଟର୍ମିନାଲ କରିବାକୁ ନିଷ୍ପତ୍ତି ହେଲା ? ନିର୍ବାଚନ ଆସିଲେ ସରକାର ଫଳକ ଲଗା ଅଭିଯାନ ଆରମ୍ଭ କରିଦିଅନ୍ତି ବୋଲି ବିଜେପି ଅଭିଯୋଗ କରିଛି । ଅନ୍ୟପଟେ ଗୋପାଳପୁରରେ ବସଷ୍ଟାଣ୍ଡ ନିର୍ମାଣ ନକରି କାହିଁକି ଖାନନଗରରେ କରାଯାଉଛି ବୋଲି ପ୍ରଶ୍ନ କରିଛି କଂଗ୍ରେସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।