ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ ଚାଷୀ ସମସ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ବିଜେପି । ରାଜ୍ୟ ସରକାରଙ୍କ ଅଜ୍ଞତାରୁ ଚାଷୀମାନେ ଆଜି ହଇରାଣ ହେଉଛନ୍ତି । ବୁଝି ବିଚାରି କରିନଥିବାରୁ ଟୋକନ ସମସ୍ୟାରେ ପେଷି ହୋଇଯାଉଛନ୍ତି ଚାଷୀ । ମଣ୍ଡିରେ ଆଜି ଯେଉଁ ସମସ୍ୟା ଦେଖା ଦେଇଛି, ତାହା ମନୁଷ୍ୟକୃତ ବୋଲି ବିଜେପି ନେତା କହିଛନ୍ତି। ବିଭିନ୍ନ ଦାବି ନେଇ ସମ୍ବଲପୁରରେ ହୋଇଥିବା ବିଶାଳ ଚାଷୀ ସମାବେଶରେ ଯୋଗଦେଇ ବିଜେପି ନେତାମାନେ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ।
ଆଜି ଏକ ବିଶାଳ ଶୋଭାଯାତ୍ରାରେ ଆସିବା ପରେ ଆରଡିସି ଅଫିସ୍ ସମ୍ମୁଖରେ ପୁଲିସ ସହ ଧସ୍ତାଧସ୍ତି ହୋଇଛି । ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ଯୋଜନା ରାଜ୍ୟ ସରକାର ଲାଗୁ କରୁନଥିବାରୁ, ଚାଷୀମାନେ ଅସୁବିଧାରେ ପଡୁଛନ୍ତି । ଏହାସହ କଟନୀ ଛଟନୀ ନାଁରେ ଚାଷୀଙ୍କୁ ହଇରାଣ କରାଯାଉଥିବା ଅଭିଯୋଗ କରିଛନ୍ତି ବିଜେପି ରାଜ୍ୟ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ରାଜ୍ୟ ବିଜେପି ସଭାପତି ମଧ୍ୟ ଓଡ଼ିଶା ସରକାରଙ୍କୁ ଟାର୍ଗେଟ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।