Advertisment

୧୪ରେ ଓଡ଼ିଶାରେ ବିଜେପିର ସେବା ସପ୍ତାହକୁ ଶୁଭାରମ୍ଭ କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମସପ୍ତାହକୁ ଚଳିତବର୍ଷ ବିଜେପି ପକ୍ଷରୁ ସେବା ସପ୍ତାହ ଭାବେ ଦେଶବ୍ୟାପୀ ପାଳନ କରାଯାଉଛି। ୧୪ତାରିଖରେ ବିଜେପିର ଓଡ଼ିଶାରେ ଏହି ରାଜ୍ୟବ୍ୟାପୀ ସେବା ସପ୍ତାହକୁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ତଥା ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରସ୍ଥିତ ଭରତପୁରଠାରେ ଶୁଭାରମ୍ଭ କରିବେ । ଆଜି ଏନେଇ ଦଳୀୟ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ସେବା ସମିତିର ରାଜ୍ୟ ସଂଯୋଜକ ତଥା ବିରୋଧୀ […]

ଆସନ୍ତାକାଲି ବନ୍ୟାଞ୍ଚଳ ବୁଲିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

dharmendra

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମସପ୍ତାହକୁ ଚଳିତବର୍ଷ ବିଜେପି ପକ୍ଷରୁ ସେବା ସପ୍ତାହ ଭାବେ ଦେଶବ୍ୟାପୀ ପାଳନ କରାଯାଉଛି। ୧୪ତାରିଖରେ ବିଜେପିର ଓଡ଼ିଶାରେ ଏହି ରାଜ୍ୟବ୍ୟାପୀ ସେବା ସପ୍ତାହକୁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ତଥା ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱରସ୍ଥିତ ଭରତପୁରଠାରେ ଶୁଭାରମ୍ଭ କରିବେ । ଆଜି ଏନେଇ ଦଳୀୟ କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।

Advertisment

ଏହି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇ ସେବା ସମିତିର ରାଜ୍ୟ ସଂଯୋଜକ ତଥା ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ସେପ୍ଟେମ୍ବର ୧୭ ତାରିଖରେ ପଡ଼ୁଥିବାରୁ ବିଜେପି ପକ୍ଷରୁ ସେପ୍ଟେମ୍ବର ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତ ସେବା ସପ୍ତାହ ପାଳନ କରାଯିବ। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ୧୪ତାରିଖରେ ବିଜେପିର କର୍ମକର୍ତ୍ତା ଓ ଭରତପୁର ବାସିନ୍ଦାଙ୍କ ସେବା କାର୍ଯ୍ୟକ୍ରମରେ ସାମିଲ ହେବେ। ଏହି ଅବସରରେ ରକ୍ତଦାନ ଶିବିର, ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ସହ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ କାର୍ଯ୍ୟଶୈଳୀ ସଂର୍ପକିତ ତଥ୍ୟକୁ ଫଟୋ ମାଧ୍ୟମରେ ପ୍ରଦର୍ଶିତ କରାଯିବା ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀଙ୍କ ଜୀବନଧାରା ଏବଂ ଉପଲବ୍ଧୀ ସଂର୍ପକୀତ ପୁସ୍ତକକୁ ସମସ୍ତ ସହର ଏବଂ ଜିଲ୍ଲାରେ ପ୍ରଦର୍ଶିତ କରାଯିବା ସହ ବରିଷ୍ଠ ନେତାମାନେ ବିଭିନ୍ନ ବର୍ଗର ବ୍ୟକ୍ତିବିଶେଷଙ୍କୁ ଭେଟି ବ୍ୟକ୍ତିଗତ ଭାବେ ଏହି ପୁସ୍ତକକୁ ପ୍ରଦାନ କରିବେ ।

ଏହି ସେବା ସପ୍ତାହରେ ରାଜ୍ୟର ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିର, ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା, ଚକ୍ଷୁ ପରୀକ୍ଷା ଏବଂ ଔଷଧ ବଣ୍ଟନ ଆଦି ଆୟୋଜିତ କରାଯିବା ସହ ହସ୍ପିଟାଲ, ଅନାଥାଶ୍ରମ ଏବଂ ବୃଦ୍ଧାଶ୍ରମଗୁଡ଼ିକରେ ଫଳ ବିତରଣ କରାଯିବ। ଦିବ୍ୟାଙ୍ଗମାନଙ୍କର ଶିକ୍ଷା ଏବଂ ପାଳନପୋଷଣ ପାଇଁ ବିଭିନ୍ନ ସମାଜିକ ସଙ୍ଗଠନମାନଙ୍କ ସହିତ ସହଭାଗିତାରେ ସେବା କାର୍ଯ୍ୟ କରାଯିବ। ୨୦ ତାରିଖରେ ସାରା ରାଜ୍ୟରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମ କରାଯିବ। ଏସବୁ ବ୍ୟତୀତ ପ୍ରଧାନମନ୍ତ୍ରୀ ମୋଦୀଙ୍କ ‘ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ’ ତଥା ପ୍ଲାଷ୍ଟିକ ମୁକ୍ତ ଭାରତର ପରିକଳ୍ପନାକୁ ସାକାର କରିବା ପାଇଁ ଦଳୀୟ ନେତା ଓ କର୍ମକର୍ତ୍ତାମାନେ ସଂକଳ୍ପ ମଧ୍ୟ ନେବେ। ଏହି ପରିପ୍ରେକ୍ଷୀରେ ବିଜେପି କାର୍ଯ୍ୟକର୍ତାମାନେ ନିଜ ଅଂଚଳର ସ୍କୁଲ ଓ କଲେଜ ମାନଙ୍କରେ ଛାତ୍ରଛାତ୍ରୀମାନଙ୍କୁ ପ୍ଲାଷ୍ଟିକ ବସ୍ତୁକୁ ବର୍ଜନ କରିବା ଓ ଜଳ ସଂରକ୍ଷଣ ପାଇଁ ସଚେତନ କରାଇବୋ ସାଧାରଣ ଲୋକଙ୍କ ଭିତରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକକୁ ନେଇ ଜନଜାଗରଣ ସୃଷ୍ଟି କରାଯିବ ବୋଲି ଶ୍ରୀ ସେଠୀ କହିଛନ୍ତି। ଜିଲ୍ଲା ସ୍ତରରେ ୫ ଜଣଙ୍କୁ ଏହି କାର୍ଯ୍ୟକ୍ରମର ଦାୟିତ୍ୱ ଦିଆଯାଇଛି।

Advertisment

ଏହି ସେବା ସପ୍ତାହ ପାଳନର ପ୍ରସ୍ତୁତି ବୈଠକରେ କାର୍ଯ୍ୟକ୍ରମର ସହ ସଂଯୋଜକ ମହେଶ ମହାନ୍ତି, ସ୍ୱାସ୍ଥ୍ୟ ସେବା ପ୍ରମୁଖ କୈଳାସ ବିଶ୍ୱାଳ, ନୟନ ମହାନ୍ତି, ଦିଲୀପ ମଲ୍ଲିକ, ପ୍ରଭାତୀ ପରିଡା, ବିଭୂ ତରାଇ, ଶ୍ରୀତମ ଦାସଙ୍କ ସମେତ ବିଭିନ୍ନ ଜିଲ୍ଲାର ନେତୃବୃନ୍ଦ ପ୍ରମୁଖ ଉପସ୍ଥିତ ଥିଲୋ ବୋଲି ଶ୍ରୀ ସେଠୀ ସୂଚନା ଦେଇଛନ୍ତିା

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe