ବିଧାୟକଙ୍କ ଗିରଫଦାରୀକୁ ବିରୋଧ; କାଲି ସବୁ ଏସ୍‌ପି ଅଫିସ ଆଗରେ ଧାରଣା ଦେବ ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ଆସନ୍ତାକାଲି ସବୁ ଏସ୍‌ପି ଅଫିସ ଆଗରେ ଧାରଣା ଦେବ ବିଜେପି। ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି। ଏହାସହ ତିଲେଇବଣି ବିଡିଓଙ୍କୁ ଗିରଫ ଦାବିରେ ଦଳ ଆସନ୍ତାକାଲି ଏନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିବ ବୋଲି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ କହିଛନ୍ତି। ଗତକାଲି ଦେବଗଡ଼ ଜିଲ୍ଲାର ସମସ୍ତ ଥାନା ଓ ପୁଲିସ ଫାଣ୍ଡି ସମ୍ମୁଖରେ ବିଜେପି […]

BJP

Tapaswini Nayak
  • Published: Thursday, 05 May 2022
  • , Updated: 05 May 2022, 04:04 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦେବଗଡ଼ ବିଧାୟକ ସୁବାସ ପାଣିଗ୍ରାହୀଙ୍କ ଗିରଫ ପ୍ରତିବାଦରେ ଆସନ୍ତାକାଲି ସବୁ ଏସ୍‌ପି ଅଫିସ ଆଗରେ ଧାରଣା ଦେବ ବିଜେପି। ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ଆଜି ଏହି ସୂଚନା ଦେଇଛନ୍ତି।

ଏହାସହ ତିଲେଇବଣି ବିଡିଓଙ୍କୁ ଗିରଫ ଦାବିରେ ଦଳ ଆସନ୍ତାକାଲି ଏନେଇ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିବ ବୋଲି ବିଜେପି ରାଜ୍ୟ ସାଧାରଣ ସମ୍ପାଦକ କହିଛନ୍ତି।

ଗତକାଲି ଦେବଗଡ଼ ଜିଲ୍ଲାର ସମସ୍ତ ଥାନା ଓ ପୁଲିସ ଫାଣ୍ଡି ସମ୍ମୁଖରେ ବିଜେପି କର୍ମୀ ଧାରଣା ଦେବା ସହ ବିକ୍ଷୋଭ ପ୍ରଦର୍ଶନ କରିଥିଲା।  ତିଲେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କୁ ଆକ୍ରମଣ ଘଟଣାରେ ପୁଲିସ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କ ସମେତ ୨ ଜଣ ସହଯୋଗୀଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା।  ହେଲେ ବିଧାୟକ ଦେଇଥିବା ଅଭିଯୋଗ ଉପରେ ପୁଲିସ କୌଣସି କାର୍ଯ୍ୟାନୁଷ୍ଠାନ ନେଉନଥିବା ବିଜେପି ଅଭିଯୋଗ କରିଛି ।

ଗତ ଶନିବାର ତିଳେଇବଣି ବିଡିଓ କୃଷ୍ଣଚନ୍ଦ୍ର ଦଳପତିଙ୍କ ଏତଲା ଆଧାରରେ ଦେବଗଡ଼ ପୁଲିସ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀଙ୍କୁ ଭୁବନେଶ୍ୱର ସ୍ଥିତ ତାଙ୍କ ସରକାରୀ ବାସଭବନରୁ ଗିରଫ କରିଥିଲା। ରବିବାର ଜାମିନ ନାମଞ୍ଜୁର ହୋଇଯିବାରୁ ତାଙ୍କୁ ୭ ଦିନ ପାଇଁ ବିଚାରବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ବେଳେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ସେହି ଦିନ ରାତିରେ ଦେବଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଗତକାଲି ସ୍ୱାସ୍ଥ୍ୟାବସ୍ଥାରେ ଅବନତି ହେବାରୁ ତାଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି।

Related story