ଯାଜପୁର (ଗୁଲାମ୍ ଗସ୍): ଆସନ୍ତା ୧୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଜପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିଜେପି ମହିଳା ମୋର୍ଚ୍ଚା ବିରୋଧ କରିବ ବୋଲି ଚେତାବନୀ ଦେଇଛି। ବିଞ୍ଝାରପୁର ବ୍ଲକର ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗରେ ଦଳ ପ୍ରତିବାଦ କରିବ ବୋଲି କହିଛି।
ବିଞ୍ଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଏହା ଅଧୀନରେ ଥିବା ୭ଟି ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେଲା ଡାକ୍ତର ଓ କର୍ମଚାରୀ ନଥିବାରୁ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ମିଳୁନଥିବା ଦଳ ଅଭିଯୋଗ କରିଛି। ଖାଲି ପଡ଼ିଥିବା ସମସ୍ତ ପଦବୀ ପୂରଣ ପାଇଁ ବହୁଦିନରୁ ଦାବି ହୋଇ ଆସୁଥିଲେ ମଧ୍ୟ କିଛି ପଦକ୍ଷେପ ନିଆଯାଇନି। ଏନେଇ ବିଜେପି ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Special
ରାଗିଂର ହଟ୍ସ୍ପଟ୍ ବ୍ରହ୍ମପୁର ମେଡିକାଲ୍ କଲେଜ!
2022ରୁ 2024 ପର୍ଯ୍ୟନ୍ତ ତିନି ବର୍ଷର ତଥ୍ୟକୁ ଦେଖିଲେ, ବ୍ରହ୍ମପୁର ମେଡିକାଲ୍ କଲେଜରୁ 25ଟି ଅଭିଯୋଗ ଆସିଛି, ଯାହାକି ଦେଶରେ ଥିବା ଅନ୍ୟାନ୍ୟ ମେଡିକାଲ କଲେଜ ଭିତରେ ସବୁଠାରୁ ଅଧିକ ରହିଛି।

Politics
ବେଲଗାମ୍ ପ୍ରଶାସନ, ମାନୁନାହାନ୍ତି ସଚିବ: ଦିନଟିଏ ବି ଜିଲ୍ଲା ଗସ୍ତରେ ଯାଇନାହାନ୍ତି ୮ସଚିବ
ଆଇଏଏସ୍ ଅଫିସରମାନେ ଜିଲ୍ଲା ଗସ୍ତରେ ଯାଇ ରାତ୍ରି ରହଣୀ କରିବାରେ ଆଗ୍ରହ ଦେଖାଉନଥିବା, ଏପରିକି ପ୍ରାୟ ୧୦ଜଣ ସଚିବ(ବରିଷ୍ଠ ଆଇଏଏସ) ବିଗତ ୬ମାସ ମଧ୍ୟରେ ଦିନଟିଏ ବି ଜିଲ୍ଲା ଗସ୍ତରେ ଯାଇନଥିବାର ଅଭାବନୀୟ ଚିତ୍ର ପଦାକୁ ଆସିଛି ।

Politics
ଆଉ ନିର୍ବାଚନ ଲଢ଼ିବେ ନାହିଁ ନିରଞ୍ଜନ, ଅନ୍ୟ ବରିଷ୍ଠ ନେତାଙ୍କୁ ଦେଲେ ଇସାରା
ପୂର୍ବତନ ପିସିସି ସଭାପତି ନିରଞ୍ଜନଙ୍କ ବୟାନ ଏଭଳି ସମୟରେ ଆସିଛି ଯେତେବେଳେ କି ଦଳରେ ପୁରୁଖା ନେତାମାନଙ୍କୁ ଏକଜୁଟ କରିବାରେ ବର୍ତ୍ତମାନର ପିସିସି ସଭାପତି ଭକ୍ତଚରଣ ଦାସ ଲାଗି ପଡ଼ିଛନ୍ତି ।

Special
ଦୁର୍ନୀତିରେ ଉବୁଟୁବୁ ‘ଅଳକା’!
ପରିଚାଳନା ପରିଷଦ ବୈଠକ ଜରିଆରେ ବହୁମତକୁ ଗୁରୁତ୍ୱ ନ ଦେଇ ସଭାପତି ବିଶ୍ୱଜିତ୍ ରାଉତ ଅନେକ ମନମୁଖୀ ନିଷ୍ପତ୍ତି ନେବା ଯୋଗୁଁ, ସେଠାରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କ ଦରମା ବଢ଼ିପାରୁନଥିବାବେଳେ ଅନେକ ବ୍ୟବସାୟିକ ପ୍ରତିଷ୍ଠାନ ଲକ୍ଷ ଲକ୍ଷ ଟଙ୍କା ଭଡ଼ା ନ ଦେଇ ଠକି ଚାଲିଛନ୍ତି।

Politics
ବିଜେଡିର ‘ଲଣ୍ଠନ’ ରାଜନୀତି: ସଂଗଠନ ଓ ବିଧାୟକ ମଧ୍ୟରେ ଫାଟ, ପୁଣି ଦିଲ୍ଲୀ ଗଲେ ନବୀନ
ରାଜ୍ୟରେ କ୍ଷମତାସୀନ ବିଜେପି ପ୍ରତି ବିଜେଡି ନେତୃତ୍ୱ ନିଜର ଆଭିମୁଖ୍ୟ ସ୍ପଷ୍ଟ କରୁନଥିବାରୁ ସଂଗଠନ ଓ ବିଧାୟକମାନଙ୍କ ମଧ୍ୟରେ ଫାଟ ବଢ଼ିବାରେ ଲାଗିଛି ।