Advertisment

ନବୀନଙ୍କୁ ଯାଜପୁରରେ ବିରୋଧ କରିବୁ: ବିଜେପି

ଯାଜପୁର (ଗୁଲାମ୍‌ ଗସ୍‌): ଆସନ୍ତା ୧୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଜପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିଜେପି ମହିଳା ମୋର୍ଚ୍ଚା ବିରୋଧ କରିବ ବୋଲି ଚେତାବନୀ ଦେଇଛି। ବିଞ୍ଝାରପୁର ବ୍ଲକର ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗରେ ଦଳ ପ୍ରତିବାଦ କରିବ ବୋଲି କହିଛି। ବିଞ୍ଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଏହା ଅଧୀନରେ ଥିବା ୭ଟି ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେଲା ଡାକ୍ତର ଓ କର୍ମଚାରୀ ନଥିବାରୁ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା […]

ଅଦ୍ୟତନ ହୋଇଛି
ନବୀନଙ୍କୁ ଯାଜପୁରରେ ବିରୋଧ କରିବୁ: ବିଜେପି

jajpur

Advertisment

ଯାଜପୁର (ଗୁଲାମ୍‌ ଗସ୍‌): ଆସନ୍ତା ୧୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାଜପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ବିଜେପି ମହିଳା ମୋର୍ଚ୍ଚା ବିରୋଧ କରିବ ବୋଲି ଚେତାବନୀ ଦେଇଛି। ବିଞ୍ଝାରପୁର ବ୍ଲକର ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅଭିଯୋଗରେ ଦଳ ପ୍ରତିବାଦ କରିବ ବୋଲି କହିଛି।

Advertisment

ବିଞ୍ଝାରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ଏହା ଅଧୀନରେ ଥିବା ୭ଟି ନୂତନ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଦୀର୍ଘଦିନ ହେଲା ଡାକ୍ତର ଓ କର୍ମଚାରୀ ନଥିବାରୁ ରୋଗୀଙ୍କୁ ଉପଯୁକ୍ତ ଚିକିତ୍ସା ମିଳୁନଥିବା ଦଳ ଅଭିଯୋଗ କରିଛି। ଖାଲି ପଡ଼ିଥିବା ସମସ୍ତ ପଦବୀ ପୂରଣ ପାଇଁ ବହୁଦିନରୁ ଦାବି ହୋଇ ଆସୁଥିଲେ ମଧ୍ୟ କିଛି ପଦକ୍ଷେପ ନିଆଯାଇନି। ଏନେଇ ବିଜେପି ମହିଳା ମୋର୍ଚ୍ଚାର ଏକ ପ୍ରତିନିଧି ଦଳ ଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ କରିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe