ଭୁବନେଶ୍ୱର: ରାଜ୍ୟରେ ବିଜେପିର ସଦସ୍ୟ ସଂଗ୍ରହ ଅଭିଯାନ ପରେ ଆଜି ଆରମ୍ଭ ହୋଇଛି ମହାସଂପର୍କ ଅଭିଯାନ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମକୁ କେନ୍ଦ୍ରୀୟ ନେତା କୈଳାସ ବିଜୟ ବର୍ଗୀଆ ଉଦ୍ଘାଟନ କରିଛନ୍ତି । ଏହି କାର୍ଯ୍ୟକ୍ରମର କେନ୍ଦ୍ରମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ, ଅନ୍ୟତମ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ମହେଶ ଶର୍ମା, ରାଷ୍ଟ୍ରୀୟ ସଂପର୍କ ଅଭିଯାନର ସହ ଆବାହକ କୈଳାସ ବିଜୟ ବର୍ଗୀଆ, ରାଜ୍ୟ ପ୍ରଭାରୀ ଅରୁଣ ସିଂହ ଓ ରାଜ୍ୟ ପଦାଧିକାରୀ, ବିଜେପି ରାଜ୍ୟ ସଭାପତି କେଭି ସିଂହଦେବଙ୍କ ସମେତ ରାଜ୍ୟର ବରିଷ୍ଠ ନେତାମାନେ ଯୋଗ ଦେଉଛନ୍ତି । ଏହା ବ୍ୟତୀତ ଜିଲ୍ଲା ସ୍ତରରୁ ମଧ୍ୟ ବିଜେପି କର୍ମକର୍ତ୍ତା ମାନେ ଯୋଗ ଦେଇଛନ୍ତି । ଏହି କର୍ମଶାଳାରେ ପ୍ରାୟ ୩୦୦ ପ୍ରତିନିଧି ଯୋଗ ଦେଉଛନ୍ତି ।
ସୂଚନାଯୋଗ୍ୟ, ବିଜେପିର ସଭ୍ୟ ସଂଗ୍ରହ ଅଭିଯାନ ପରେ ଦଳ ଏକ କୋର କମିଟି ଗଠନ କରିଛି । ଏହି କୋର କମିଟି ଦଳର ସଦସ୍ୟ ହୋଇଥିବା ବ୍ୟକ୍ତିମାନଙ୍କୁ ଭେଟି ସେମାନଙ୍କଠାରୁ ସର୍ବବିଶେଷ ତଥ୍ୟ ସଂଗ୍ରହ କରିବେ । ରାଜ୍ୟରେ ୩୦ ଲକ୍ଷ ୫୪ ହଜାର ସଦସ୍ୟତା ହାସଲ କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।