ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ବିଜେପି ଜିଲ୍ଲା ସଭାପତିଙ୍କୁ ଆକ୍ରମଣ ହୋଇଛି। ବିଜେପିର ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲା ସଭାପତି ହରେକୃଷ୍ଣ ଖୁଣ୍ଟିଆଙ୍କୁ ଏକାମ୍ର ହାଟ ନିକଟରେ ସଂଘବଦ୍ଧ ଆକ୍ରମଣ ହୋଇଛି। ଆଜି ସେ ନିଜର ଜଣେ ବନ୍ଧୁଙ୍କ ଅଫିସ୍ରେ ବସିଥିବା ବେଳେ ୧୦ରୁ ଅଧିକ ଦୁର୍ବୃତ୍ତ ହଠାତ୍ ଆସି ତାଙ୍କୁ ଆକ୍ରମଣ କରିଥିଲେ। ଏଥିସହ ଅଫିସ୍ରେ ବ୍ୟାପକ ଭଙ୍ଗାରୁଜା ମଧ୍ୟ କରିଛନ୍ତି। ଆକ୍ରମଣରେ ଆହତ ହରେକୃଷ୍ଣଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ରାଜନୈତିକ କାରଣରୁ ତାଙ୍କ ଉପରେ ଆକ୍ରମଣ ହୋଇଥିବା କହିଛନ୍ତି ହରେକୃଷ୍ଣ। ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ପ୍ରତିନିଧି ଦେବାଶିଷ ନାୟକ ତାଙ୍କୁ ଆକ୍ରମଣ କରିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି। ଏତଲା ପରେ ଦେବାଶିଷ ନାୟକଙ୍କୁ ଥାନାକୁ ଡାକି ପଚରାଉଚରା କରୁଛି ପୁଲିସ।
ତେବେ ଏ ସମ୍ପର୍କରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କୁ ଯୋଗାଯୋଗ କରାଯାଇଥିବା ବେଳେ ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ଘଟଣା ସମ୍ପର୍କରେ ସେ ଜାଣିଛନ୍ତି। ପୁଲିସ ସହ ମଧ୍ୟ ଏନେଇ କଥା ହୋଇଛନ୍ତି। ଆଇନ୍ ତାବାଟରେ ଯିବ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।
Miscellaneous
ସଶକ୍ତ ହେବେ ଗ୍ରାମୀଣ କାରିଗର: ୟଙ୍ଗ ଇଣ୍ଡିଆନସ୍ ଭୁବନେଶ୍ୱର
ପ୍ରତ୍ୟେକ ପ୍ରତିଭାବାନ ବ୍ୟକ୍ତିବିଶେଷଙ୍କୁ ସେମାନଙ୍କର ଦକ୍ଷତା ପ୍ରଦର୍ଶନ ଏବଂ ଜୀବିକା ନିର୍ବାହ ପାଇଁ ଏହି ସୁଯୋଗ ଏକ ପ୍ଲାଟଫର୍ମ ପ୍ରଦାନ କରିବାକୁ ଲକ୍ଷ୍ୟ ରଖିଛି।
Crime
୩ ପ୍ରେମିକ ଭଲ ପାଉଥିଲେ; ବାହା ହେବା ପାଇଁ ମନା କରିବାରୁ ମାରି ଝୁଲାଇ ଦେଲେ!
ଜେମାଙ୍କଠାରୁ ପ୍ରତ୍ୟାଖିତ ହେବା ପରେ ଏକ ତରଫା ପ୍ରେମିକମାନେ ଚିନ୍ତାରେ ପଡ଼ିଯାଇଥିଲେ। ପ୍ରତିଶୋଧ ପରାୟଣା ହୋପଡ଼ିଥିଲେ। ଜେମାଙ୍କୁ ରାସ୍ତାରୁ ହଟାଇବା ପାଇଁ ଯୋଜନା କରିଥିଲେ। ଆଜି ଅପରାହ୍ନରେ ଜେମାଙ୍କୁ ହତ୍ୟା କରି ଗାଁ ମୁଣ୍ଡ ଗଛରେ ଥିବା ଏକ ଗଛରେ ଝୁଲାଇ ଦେଲେ।