ଜେଲ୍ ଗଲେ ବିଜେପି ବିଧାୟକ ପ୍ରାର୍ଥୀ

ଭଞ୍ଜନଗର (ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନମଣ୍ଡଳୀରେ ଇଭିଏମ୍ ଭଙ୍ଗାରୁଜା ଘଟଣାରେ ବିଜେପି ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ଗତକାଲି ପୁଲିସ୍ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ଜାମିନ୍ ଆବେଦନ କରିଥିଲେ। ତେବେ ତାହା ଖାରଜ ହୋଇଯିବାରୁ ତାଙ୍କୁ ଜେଲ୍‌ ପଠାଇ ଦିଆଯାଇଛି। ଗତକାଲି ମତଦାନ ଚାଲିଥିବା ବେଳେ ସୋରଡ଼ା ନିର୍ବାଚନମଣ୍ଡଳୀର ରେଣ୍ଟି ଗାଁର ୧୮୨ ନମ୍ବର ବୁଥ୍‌ରେ ଇଭିଏମ୍ ଭଙ୍ଗାରୁଜା ହୋଇଥିଲା। ନୀଳମଣି ଇଭିଏମ୍ […]

nilamani

nilamani

Jyoshna Pradhan
  • Published: Friday, 19 April 2019
  • Updated: 19 April 2019, 10:36 AM IST

Sports

Latest News

ଭଞ୍ଜନଗର (ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନମଣ୍ଡଳୀରେ ଇଭିଏମ୍ ଭଙ୍ଗାରୁଜା ଘଟଣାରେ ବିଜେପି ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ଗତକାଲି ପୁଲିସ୍ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ଜାମିନ୍ ଆବେଦନ କରିଥିଲେ। ତେବେ ତାହା ଖାରଜ ହୋଇଯିବାରୁ ତାଙ୍କୁ ଜେଲ୍‌ ପଠାଇ ଦିଆଯାଇଛି।

ଗତକାଲି ମତଦାନ ଚାଲିଥିବା ବେଳେ ସୋରଡ଼ା ନିର୍ବାଚନମଣ୍ଡଳୀର ରେଣ୍ଟି ଗାଁର ୧୮୨ ନମ୍ବର ବୁଥ୍‌ରେ ଇଭିଏମ୍ ଭଙ୍ଗାରୁଜା ହୋଇଥିଲା। ନୀଳମଣି ଇଭିଏମ୍ ଭାଙ୍ଗିଥିବା ନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ସୂଚନା ଦେଇଥିଲେ। ଏହାପରେ ପୁଲିସ୍ ତାଙ୍କୁ ଥାନାକୁ ନେଇ ପଚରାଉଚରା କରିଥିଲା।

ଅନ୍ୟପକ୍ଷରେ ନୀଳମଣି କହିଛନ୍ତି ଯେ, ଇଭିଏମ୍ ଭଙ୍ଗାରୁଜା ଘଟଣାରେ ବିଜେଡିର କର୍ମୀ ସାମିଲ ଥିଲେ। ସେ ଏହାକୁ ବିରୋଧ କରିବାରୁ ତାଙ୍କୁ ଫସାଇ ଦିଆଯାଇଛି। ଏନେଇ ସେ ଥାନାରେ ଏତଲା ବି ଦେଇଥିଲେ। ତେବେ ପୁଲିସ୍ ଏହାକୁ ଅମୂଳକ ବୋଲି କହିଛି।

ବୁଥ୍ ଭିତରେ ଯେଉଁ ଏଜେଣ୍ଟମାନେ ଥିଲେ, ସେମାନଙ୍କ ସୂଚନା ଆଧାରରେ ପୁଲିସ୍ ମାମଲା ରୁଜୁ କରିଛି। ନୀଳମଣି ଯେଉଁ ଅଭିଯୋଗ କରିଛନ୍ତି, ତାହାର ସତ୍ୟାସତ୍ୟ ନାହିଁ ବୋଲି ସୋରଡ଼ା ଥାନା ଆଇଆଇସି ପ୍ରଭାତ ସାହୁ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos