ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୧୯୮୬ ବ୍ୟାଚ୍ର ବରିଷ୍ଠ ଆଇପିଏସ୍ ଅଫିସର ବିଜୟ କୁମାର ଶର୍ମା ରାଜ୍ୟର ପୁଲିସ୍ ଡିଜି ଇନ୍ଚାର୍ଜ। ସେ ଏବେ ଅଗ୍ନିଶମ ବିଭାଗ ଡିଜି ଦାୟିତ୍ୱରେ ଅଛନ୍ତି। ପୂର୍ବରୁ ସେ କିଛିଦିନ ପାଇଁ ଡିଜିପି ଇନ୍ଚାର୍ଜ ଭାବେ ଦାୟିତ୍ୱ ତୁଲାଇଥିଲେ।
ପୁଲିସ ମହାନିର୍ଦ୍ଦେଶ ଡାକ୍ତର ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କୁ ଲୋକାୟୁକ୍ତ ସଦସ୍ୟ ଭାବେ ନିଯୁକ୍ତି ଦିଆଯାଇଛି। ସେଥିପାଇଁ ସେ ମଙ୍ଗଳବାରଠାରୁ ସରକାରୀ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେବା ପାଇଁ ରାଜ୍ୟ ସରକାରଙ୍କ ପାଖରେ ଆବେଦନ କରିଛନ୍ତି। ନୂଆ ଡିଜିପି ନିଯୁକ୍ତ ହେବା ପର୍ଯ୍ୟନ୍ତ ବିକେ ଶର୍ମା ରାଜ୍ୟର ପୁଲିସ ମୁଖ୍ୟ ଭାବେ କାର୍ଯ୍ୟ କରିବେ। ଉଲ୍ଲେଖଯୋଗ୍ୟ, ଡା. ଶର୍ମାଙ୍କ ବଦଳରେ ଡିଜିପି ପଦ ପାଇଁ ରାଜ୍ୟ ସରକାର ଯେଉଁ ଛଅ ଜଣ ବରିଷ୍ଠ ଆଇପିଏସଙ୍କ ତାଲିକା ପ୍ରସ୍ତୁତ କରିଛନ୍ତି ସେଥିରେ ସର୍ବାଗ୍ରେ ବି.କେ ଶର୍ମାଙ୍କ ନାମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।
Accident
ଗଛରେ ପିଟିହେଲା ପିକ୍ଅପ୍; ୨ ଜଣଙ୍କ ମୃତ୍ୟୁ
ଆଜି ଅପରାହ୍ନ ପ୍ରାୟ ସାଢ଼େ୨ଟା ହେବ। ପାଟଣାଗଡ଼ରୁ ପଦ୍ମପୁର ଅଭିମୁଖେ ଯାଉଥିବା ଏକ ଦ୍ରୁତଗାମୀ ପିକ୍ଅପ୍ ଭ୍ୟାନ୍ଟି ପଢେଲ ଗାଁ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଗଛରେ ପିଟି ହୋଇଯାଇଥିଲା।