ପ୍ଲାଣ୍ଟରେ ଚାଲିଥିଲା କାମ, ହଠାତ୍‌ ହେଲା ବିସ୍ଫୋରଣ

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ସକିର୍ଡିରେ ଥିବା BR ଷ୍ଟିଲ୍ ପ୍ଲାଣ୍ଟରେ ଦୁର୍ଘଟଣା ଘଟି ୨ ଶ୍ରମିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଶ୍ରମିକଙ୍କ ଅବସ୍ଥା  ସଙ୍କଟାପନ୍ନ ରହିଛି।  ଗୁରୁତର ଶ୍ରମିକଙ୍କ ନାଁ ରଂଜୟ କୁମାର ଯାଦବ  । ଘର ବିହାରର ଔରଙ୍ଗାବାଦ । ରଂଜୟଙ୍କ ଶରୀରର ଅଧିକାଂଶ ଭାଗ ପୋଡ଼ି ଯାଇଛି । ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ପ୍ରଥମେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ରାଉରକେଲାକୁ ସ୍ଥାନାନ୍ତର କରାଯାଇଛି […]

blast

blast

Niharika Rout
  • Published: Wednesday, 13 October 2021
  • Updated: 13 October 2021, 01:19 PM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ସମ୍ବଲପୁର ସକିର୍ଡିରେ ଥିବା BR ଷ୍ଟିଲ୍ ପ୍ଲାଣ୍ଟରେ ଦୁର୍ଘଟଣା ଘଟି ୨ ଶ୍ରମିକ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ ଶ୍ରମିକଙ୍କ ଅବସ୍ଥା  ସଙ୍କଟାପନ୍ନ ରହିଛି।  ଗୁରୁତର ଶ୍ରମିକଙ୍କ ନାଁ ରଂଜୟ କୁମାର ଯାଦବ  । ଘର ବିହାରର ଔରଙ୍ଗାବାଦ । ରଂଜୟଙ୍କ ଶରୀରର ଅଧିକାଂଶ ଭାଗ ପୋଡ଼ି ଯାଇଛି । ଗୁରୁତର ଆହତ ଅବସ୍ଥାରେ ତାଙ୍କୁ ପ୍ରଥମେ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କୁ ରାଉରକେଲାକୁ ସ୍ଥାନାନ୍ତର କରାଯାଇଛି ।

ଅନ୍ୟ ଜଣେ ଶ୍ରମିକ ଗୋଲୁ କୁମାର ଯାଦବ ମଧ୍ୟ ଆହତ ହୋଇଛନ୍ତି । ତାଙ୍କ ଘର ବିହାରର ଛାପ୍ରାରେ । ତାଙ୍କୁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଗତକାଲି ପ୍ଲାଣ୍ଟରେ କାମ ଚାଲିଥିବାବେଳେ SMS - 2 ର ଦୁଇ ନମ୍ବର ବ୍ଲାଷ୍ଟ୍ ଫର୍ଣ୍ଣେସରେ ହଠାତ ବିସ୍ଫୋରଣ ହୋଇଥିଲା । ଏଥିରେ ୨ ଜଣ କର୍ମଚାରୀ ପୋଡି ଯାଇଥିବା ସୂଚନା ଦେଇଛି ପୁଲିସ୍‌ ।  ଏହି ଘଟଣାକୁ ନେଇ ପ୍ଲାଣ୍ଟ କର୍ତ୍ତୃପକ୍ଷଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନି । କିଛି ଦିନ ପୂର୍ବରୁ ଏହି ପ୍ଲାଣ୍ଟରେ ଦୁର୍ଘଟଣା ଘଟି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos