ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ଅନ୍ତର୍ଗତ ଗୁନେଇବିଲିଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରକ୍ ପଛରେ ଏକ କାର୍ ପିଟି ହୋଇ ଯିବାରୁ କଙ୍କଡ଼ାହାଡ଼ ବ୍ଲକ୍ ଜେଇଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଏସ୍ ନବୀନ କୁମାର। ତାଙ୍କ ସ୍ତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଏସ୍ ନବୀନ କୁମାର ଢେଙ୍କାନାଳରୁ ଏକ କାର୍ ଭଡ଼ା କରି କଙ୍କଡ଼ାହାଡ଼ ଯାଉଥିଲେ। ଗୁନେଇବିଲିଠାରେ ରାସ୍ତାକଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକ୍ ପଛପଟେ କାର୍ଟି ପିଟି ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ଜେଇଙ୍କ ମୃତ୍ୟୁ ଘଟିଥିଲା।
କାର୍ ଡ୍ରାଇଭର ଫେରାର୍ ହୋଇଯାଇଛି। ପଣ୍ଡୁଆ ଫାଣ୍ଡି ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।
Miscellaneous
ପାଟପୁର ଥାନା ଦେଶର ଶ୍ରେଷ୍ଠ ଥାନା, ପୁରସ୍କୃତ କରିବେ ଗୃହମନ୍ତ୍ରୀ
ଦେଶର ତିନୋଟି ଶ୍ରେଷ୍ଠ ଥାନା ଭିତରେ ମନୋନୀତ ହୋଇଛି ଗଞ୍ଜାମ ଜିଲ୍ଲାର ପାଟପୁର ଥାନା। ପୁଲିସ ମହାନିର୍ଦ୍ଦେଶକ ସମ୍ମିଳନୀରେ ଯୋଗ ଦେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାଟପୁର ଥାନାଧିକାରୀଙ୍କୁ ଦେବେ ଟ୍ରଫି।
Crime
ହଣାହଣି ହେଲେ ସରପଞ୍ଚଙ୍କ ସ୍ୱାମୀ ଓ ସମିତି ସଭ୍ୟ; ଉଭୟ ମେଡ଼ିକାଲ୍ରେ
ଇଟାମାଟି ଥାନା ଶରଧାପୁର ପଞ୍ଚାୟତର ବିଜେଡି ସମର୍ଥିତ ସରପଞ୍ଚଙ୍କ ସ୍ୱାମୀ ହେଉଛନ୍ତି ସନ୍ତୋଷ କୁମାର ମୁଦୁଲି। ସେହି ପଞ୍ଚାୟତର ସମିତି ସଭ୍ୟ ସୁଜିତ କୁମାର ପ୍ରଧାନ ହେଉଛନ୍ତି ବିଜେପି ସମର୍ଥିତ। ଉଭୟଙ୍କ ଘର ପାଖାପାଖି।
Accident
ବାଇକ୍କୁ ଧକ୍କା ଦେଲା କାର୍: ଶାଶୁ ମୃତ, ଜ୍ୱାଇଁ ଗୁରୁତର
କୌଣସି ଏକ କାମରେ ରଞ୍ଜ ବିଶ୍ୱାଳ ତାଙ୍କ ଜ୍ୱାଇଁ ସହିତ ମୁକ୍ତାପଶି ଆସିଥିବା ବେଳେ ଘଟିଥିଲା ଦୁର୍ଘଟଣା।