ବଲାଙ୍ଗିର(ଓଡ଼ିଶା ରିପୋର୍ଟର): ପୁଣି ସହର ଭିତରେ ଗଡିଲା ମୁଣ୍ଡ। ପୌରସଂସ୍ଥାର ମହିଳା କର୍ମଚାରୀଙ୍କୁ ନିର୍ମମ ଭାବେ ହତ୍ୟା। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି ବଲାଙ୍ଗିରରେ।
ବଲାଙ୍ଗିର ବିଜାଖମନ ନିକଟରେ ଥିବା ପୌରସଂସ୍ଥାର ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିକଟରେ ପଡିଛି ମହିଳା ପୌର କର୍ମଚାରୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ। ନିକଟରେ ଏକ ସାଇକେଲ ମଧ୍ୟ ପଡିରହିଛି। ମୃତ ମହିଳାଙ୍କ ପରିଚୟ ଅଷ୍ଟମୀ ବକୁଲ ବୋଲି ଜଣାପଡିଛି। ତାଙ୍କ ବୟସ ୪୦ ବର୍ଷ।
ପୌର ସଂସ୍ଥାର ମଇଳା ଉଠା ଗାଡି ଚଲାଉଥିଲେ ଅଷ୍ଟମୀ ଗତକାଲି ସଂଧ୍ୟା ୬ଟାରୁ ନିଖୋଜ ଥିଲେ। ସିସିଟିଭି ଫୁଟେଜ ଅନୁଯାୟୀ ସେ ଗତକାଲି ସନ୍ଧ୍ୟାରେ ୱେଷ୍ଟ ମ୍ୟାନେଜମେଣ୍ଟ ପାଖରେ ସେ ଗାଡି ରଖିଥିଲେ। ଏହାପରେ ସେଠାରୁ ସେ ଚାଲିଯାଇଥିବା ଦେଖିବାକୁ ମିଳିଛି। ତେବେ ଫେରିବା ବାଟରେ ତାଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି।
ମହିଳା କର୍ମଚାରୀଙ୍କୁ ସନ୍ଧ୍ୟାରେ କାମ କରିବାକୁ ମ୍ୟୁନିସିପାଲଟି ବାଧ୍ୟ କରୁଥିବା ପୌରସଂସ୍ଥାର ଅନ୍ୟ କର୍ମଚାରୀମାନେ ଅଭିଯୋଗ କରିଛନ୍ତି। ତେବେ କିଏ ଓ କାହିଁକି ତାଙ୍କୁ ହତ୍ୟା କଲା ତାହା ଜଣାପଡ଼ିନାହିଁ। ଟାଉନ ପୁଲିସ ଘଟଣାର ଛାନ୍ଭିନ୍ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।