ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶାରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବା ଫଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକ ସହ ଆଭ୍ୟନ୍ତରୀଣ ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତାସହ ଉତ୍ତରପୂର୍ବ ଦିଗରୁ ଘଣ୍ଟାପ୍ରତି ୩୫ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବା ସମୟରେ ସତର୍କ ରହିବା ପାଇଁ ସୂଚନା ଦିଆଯାଇଛି।