ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି, ଆସନ୍ତା ଦୁଇ ଦିନ ଧରି ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ଦୁଇ ଦିନ ଧରି ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସାଙ୍ଗକୁ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ଲଘୁଚାପକୁ ନେଇ ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ନଥିବା ବେଳେ ଏହି ବର୍ଷା ମରୁଡ଼ି […]

weather

Rakesh Mallick
  • Published: Saturday, 19 September 2015
  • , Updated: 19 September 2015, 07:41 AM IST

ଭୁବନେଶ୍ୱର: ପୂର୍ବ-କେନ୍ଦ୍ରବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଠାରୁ ଦୁଇ ଦିନ ଧରି ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ବର୍ଷା ସାଙ୍ଗକୁ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷାର ସମ୍ଭାବନା ଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ୨୦ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ଲଘୁଚାପକୁ ନେଇ ମତ୍ସ୍ୟଜୀବୀଙ୍କ ପାଇଁ କୌଣସି ସତର୍କ ସୂଚନା ନଥିବା ବେଳେ ଏହି ବର୍ଷା ମରୁଡ଼ି ପ୍ରଭାବିତ ଅଞ୍ଚଳରେ ସହାୟକ ହେବା ଆଶା କରାଯାଉଛି।

Related story