ବଲାଙ୍ଗିର: ଶ୍ରାବଣ ସରିବାକୁ ବସିଲାଣି। କିନ୍ତୁ ବଲାଙ୍ଗିରରେ ଆରମ୍ଭ ହୋଇନି ରୁଆ ବେଉଷଣ କାମ। ଶ୍ରାବଣ ମାସ ବେଳକୁ ଯେତେ ବର୍ଷା ହେବା କଥା ତା’ଠାରୁ ଢେର୍ କମ୍ ବର୍ଷା ହୋଇଛି ଜିଲ୍ଳାରେ। ଜିଲ୍ଳାର ପ୍ରାୟ ୭୦ ଭାଗ ଜମି ଏବେ ବି ପଡିଆ ରହିଛି। ପଡିଆ ଜମିରେ ଏବେ ଆଉ ଚାଷ କାମ ହେବାର ସମ୍ଭାବନା ଢେର୍ କମ୍। ଫଳରେ ଜିଲ୍ଳାରେ ଆଗକୁ ଦେଖା ଦେବାକୁ ଥିବା ସମ୍ଭାବ୍ୟ ମରୁଡି ପରିସ୍ଥିତିର ମୁକାବିଲା କରିବା ପାଇଁ ଜିଲ୍ଳା ପ୍ରଶାସନ ଓ କୃଷି ଅଧିକାରୀଙ୍କ ସହିତ ସମୀକ୍ଷା କରିଛନ୍ତି ବଲାଙ୍ଗିର ସାଂସଦ କଳିକେଶ ନାରାୟଣ ସିଂହଦେଓ।
ସ୍ଥାନୀୟ ସର୍କିଟ ହାଉସ୍ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ବଲାଙ୍ଗିର ଜିଲ୍ଳାପାଳ ଏମ୍.ମୁଥୁକୁମାର, ଜିଲ୍ଳା କୃଷି ଅଧିକାରୀ ମନୋରଂଜନ ମଲ୍ଳିକଙ୍କ ସହିତ ଜିଲ୍ଳା ପ୍ରଶାସନ ଓ କୃଷି ଓ ଜଳସେଚନ ବିଭାଗର ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ। ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରି ସମ୍ଭାବ୍ୟ ମରୁଡି ପରିସ୍ଥିତିର ମୁକାବିଲା କରାଯିବ ବୋଲି କହିଛନ୍ତି ସାଂସଦ। ସେପଟେ ମରୁଡିର ମୁକାବିଲା ପାଇଁ କଣ୍ଟିନେଣ୍ଟ ପ୍ଲାନ୍ ରାଜ୍ୟ ସରକାରଙ୍କ ପାଖକୁ ପଠାଇ ଦିଆଯାଇଛି ବୋଲି କହିଛନ୍ତି ଜିଲ୍ଳା କୃଷି ଉପ-ନିର୍ଦ୍ଦେଶକ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।