ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବିଭିନ୍ନ ଦାବି ନେଇ ଵଲାଙ୍ଗିର ଆକ୍ସନ କମିଟି ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ବଲାଙ୍ଗିର ବନ୍ଦ ଡାକରା ଦେଇଛି। ଫଳରେ ଆଜି ସକାଳୁ ସକାଳୁ ଆନ୍ଦୋଳନକାରୀମାନେ ପିକେଟିଂ ଆରମ୍ଭ କରି ଦେଇଛନ୍ତି। ତେବେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅଫିସ , ବୀମା ଓ ବ୍ୟାଙ୍କ ବନ୍ଦ କରିବା ପାଇଁ ଆକ୍ସନ କମିଟି ନିଷ୍ପତ୍ତି ନେଇଛି। ହେଲେ ଦୋକାନ ବଜାର, ସ୍କୁଲ,କଲେଜ ଓ ଗାଡି ଚଳାଚଳକୁ ବନ୍ଦରୁ ବାଦ ଦିଆଯାଇଛି। ଜିଲ୍ଲାର ଶତାଧିକ ସଂଗଠନ ଏହି ବନ୍ଦ ଡାକରାକୁ ସମର୍ଥନ ଜଣାଇଛନ୍ତି।
ବଲାଙ୍ଗିରଠାରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ଶୀଘ୍ର ପ୍ରତିଷ୍ଠା, ଲୋୟର ସୁକତେଲ ବିସ୍ଥାପିତଙ୍କୁ ଉଚିତ କ୍ଷତିପୂରଣ ସହ ଥଇଥାନ କରି ପ୍ରକଳ୍ପ କାମ ଆରମ୍ଭ କରିବା ଏବଂ ଶୀଘ୍ର ବାଏ ପାସ୍ ରାସ୍ତା ନିର୍ମାଣ କରିବା ପାଇଁ ଦାବି କରି ଵଲାଙ୍ଗିର ଆକ୍ସନ କମିଟି ଆନ୍ଦୋଳନକୁ ଓହ୍ଲାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।