ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଉପକଣ୍ଠ ଅର୍ଜୁନପୁର ଗାଁ କାଜୁ ଜଙ୍ଗଲରେ ଗତକାଲି କେତେକ ଦୁର୍ବୃତ୍ତ ବୋମାମାଡ଼ କରିଥିବା ଜଣାଯାଇଛି। ଏଥିରେ ୨ କାଜୁ ଜଗୁଆଳି ଗୁରୁତର ହୋଇଛନ୍ତି। ସେମାନଙ୍କୁ ଜିଲ୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ଅନୁଯାୟୀ, ସମ୍ପୃକ୍ତ ୨ ଜଗୁଆଳି ଏକ କ୍ୟାମ୍ପ କରି ଅର୍ଜୁନପୁର ଗାଁ କାଜୁ ଜଙ୍ଗଲ ଜଗିଥାନ୍ତି। ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ସେଠାରେ ପହଞ୍ଚିଥିଲେ। ପାଟି ଶୁଣି ଉକ୍ତ ୨ ଜଗୁଆଳି କ୍ୟାମ୍ପ ବାହାରକୁ ଆସିଥିବା ବେଳେ ଦୁର୍ବୃତ୍ତମାନେ ତାଙ୍କ ଉପରକୁ ବୋମାମାଡ଼ କରିଥିଲେ। ଗୁରୁତର ଅବସ୍ଥାରେ ଉଭୟଙ୍କୁ ସଙ୍ଗେସଙ୍ଗେ ଜିଲ୍ଲା ମେଡିକାଲ ନିଆଯାଇଥିବା ବେଳେ ସେଠାରେ ସେମାନଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।
ଖବର ପାଇ ଟାଉନ୍ ଥାନା ପୁଲିସ୍ ପହଞ୍ଚି ତନାଘନା ଓ ପଚରାଉଚରା ଆରମ୍ଭ କରିଛି। ହେଲେ କେତେଜଣ ଆସି ବୋମାମାଡ଼ କରିଥିଲେ ଓ ଏହା ପଛର କାରଣ କ’ଣ ତାହା ଏବେ ବି ଅସ୍ପଷ୍ଟ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Entertainment
ମହାପ୍ରଭୁଙ୍କୁ ତାଚ୍ଛଲ୍ୟ...; ଯାତ୍ରା ଷ୍ଟେଜକୁ ଚେୟାର ଫିଙ୍ଗିଲେ ଦର୍ଶକ
ଖଳ ଚରିତ୍ରରେ ଥିବା ନବ ଘୋଷ କୋଟି ଓଡ଼ିଆଙ୍କ ଆରାଧ୍ୟ ମହାପ୍ରଭୁ ଜଗନ୍ନାଥଙ୍କୁ କଡା ଭାଷାରେ ଆକ୍ଷେପ କଲା ପରି ସଂଳାପ କହିଥିଲେ। ନବ ଘୋଷଙ୍କ ସେହି ସଂଳାପ ଶୁଣିବା ପରେ ତାତି ଯାଇଥିଲେ ଷ୍ଟେଜ୍ ସମ୍ମୁଖରେ ବସିଥିବା ଦର୍ଶକ।
Politics
ଭବଙ୍କ ପାଇଁ ଅଡୁଆ ବଢିଲା; ଯୋଡି ହେଲା ଆଉ ୩ ମାମଲା
ଆଜି ସକାଳେ କ୍ରାଇମବ୍ରାଞ୍ଚର ୬ ଜଣିଆ ଟିମ୍ ଯାଜପୁର ଜିଲ୍ଲା ଧର୍ମଶାଳା ବୁଢ଼ାପୋଲରେ ପହଞ୍ଚିଥିଲା। ଯେଉଁଠି ୨୦ ତାରିଖ ସଂଧ୍ୟାରେ ବିଧାୟକ ହିମାଂଶୁଙ୍କ ଉପରେ ଠେଙ୍ଗାବାଡ଼ି ଧରି ସଂଘବଦ୍ଧ ଆକ୍ରମଣ କରାଯାଇଥିଲା।
Crime
ଲୁଟ୍ରେ ଯାଇଥିଲା ମହିଳାଙ୍କ ଜୀବନ; ୧୨ ଦିନ ପରେ ଝାରଖଣ୍ଡରୁ ଧରାପଡ଼ିଲା ଲୁଟେରା
ଏୟାଫିଲ୍ଡ ଥାନା ଲବଣଗିରି ଛକରେ ରାସ୍ତା ଶୂନ୍ଶାନ ଦେଖି ୟୁ.ବିଷ୍ଣୁ ପାତ୍ରଙ୍କ ବେକରେ ପଡ଼ିଥିବା ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ ରାଜା। ହେଲେ ୟୁ.ବିଷ୍ଣୁ ପାତ୍ର ବାଇକ୍ରୁ ପଡ଼ି ଯାଇଥିଲେ।
Crime
ଶ୍ୱଶୁର ଘର ଆଗରେ ଯୌତୁକ ସାମଗ୍ରୀ ପୋଡ଼ିଦେଲେ ଜ୍ୱାଇଁ
ଯୌତୁକରେ ଆପାଚି ଗାଡ଼ି ଓ ନଗଦ ଟଙ୍କା ଦାବି କରିଥିଲେ ବିଜୟ। ହେଲେ ଏଥିରେ ମମତା ରାଜି ନହେବାରୁ ଆରମ୍ଭ ହୋଇଥିଲା ନାନା ନିର୍ଯାତନ। ଅଭିଯୋଗ ଅନୁସାରେ ମମତାଙ୍କୁ ତାଙ୍କ ସ୍ୱାମୀ ବିଜୟ ଓ ଶାଶୁ ମାଡ଼ ମାରୁଥିଲେ। ଯୌତୁକ ଆଣିବା ପାଇଁ ବାଧ୍ୟ କରୁଥିଲେ।