ବ୍ରହ୍ମପୁର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ସଦର ଥାନା ଗୁରୁଣ୍ଠି ଶ୍ରୀରଙ୍ଗରାଜପୁର ଗାଁରେ ଗତକାଲି ମଧ୍ୟରାତ୍ରରେ ବୋମାମାଡ଼ ହୋଇଥିବା ଜଣାଯାଇଛି । ଗାଁର ପି.ତ୍ରିଲୋଚନ ପାତ୍ରଙ୍କୁ ସେହି ଗ୍ରାମର କିଛି ଦୁର୍ବୃତ୍ତ ଧମକଚମକ ଦେବା ସହ ତାଙ୍କ ଘର ଉପରକୁ ବୋମାମାଡ଼ କରିଥିବା ଅଭିଯୋଗ ହୋଇଛି।
ଗତକାଲି ପି.ତ୍ରିଲୋଚନ ଓ ତାଙ୍କ ପତ୍ନୀ ଘରେ ଥିଲେ। ରାତି ପ୍ରାୟ ୧୨ ଟା ବେଳେ ହଠାତ୍ କିଛି ଦୁର୍ବୃତ୍ତ ତାଙ୍କ ଘର ସମ୍ମୁଖରେ ପହଞ୍ଚି ବୋମା ପକାଇ ଘଟଣା ସ୍ଥଳରୁ ଫେରାର ହୋଇଯାଇଛନ୍ତି ।
[caption id="attachment_633644" align="aligncenter" width="650"] ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି।[/caption]
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ବୋମାମାଡ଼ ହୋଇଥିବା ଅନୁମାନ କରାଯାଉଛି । ଏହି ବୋମା ମାଡ଼ରେ କେହି ଆହତ ହୋଇ ନ ଥିବା ବେଳେ ପରିବାର ଲୋକ ଆତଙ୍କିତ ଅବସ୍ଥାରେ ଅଛନ୍ତି । ଏ ନେଇ ଅଭିଯୋଗ ପରେ ଘଟଣାସ୍ଥଳରେ ସଦର ପୁଲିସ୍ ତଦନ୍ତ ଆରମ୍ଭ କରିଛି। ହେଲେ ଅଭିଯୁକ୍ତଙ୍କ ଟେର ପାଇପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।