ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସରେ ବୋମା ଥିବା ସୂଚନା ମିଳିଛି। ଏହି ସୂଚନା ମିଳିବା ପରେ ଟ୍ରେନ୍ରେ ଯାଞ୍ଚ ଆରମ୍ଭ କରିଛି ବମ୍ ସ୍କ୍ୱାର୍ଡ ।
କୋଣାର୍କ ଏକ୍ସପ୍ରେସରେ ବମ୍ ଥିବା ଖବର ମିଳିବା ମାତ୍ରେ ସିକନ୍ଦରାବାଦ୍ ଷ୍ଟେସନ ନିକଟରେ ଟ୍ରେନକୁ ଅଟକାଇ ଯାତ୍ରୀମାନଙ୍କୁ ଓହ୍ଲାଇ ଦିଆଯାଇଛି। ଏପରିକି ଯାତ୍ରୀଙ୍କୁ ଟ୍ରେନ୍ଠୁ ନିରାପତ୍ତା ଦୂରତାକୁ ଚାଲିଯିବାକୁ କୁହାଯାଇଛି। ଏହାପରେ ତୁରନ୍ତ ଟ୍ରେନରେ ତଲାସୀ ଆରମ୍ଭ କରିଛନ୍ତି ସ୍କ୍ୱାର୍ଡ ସଦସ୍ୟ। ଏହି ଘଟଣାରେ ଯାତ୍ରୀମାନେ ଭୟଭୀତ ହୋଇ ଯାଇଥିବା ବେଳେ କୌଣସି କ୍ଷୟକ୍ଷତି ହୋଇ ନ ଥିବା ଜଣାଯାଇଛି।
ତେବେ ବମ୍ ସତରେ ଟ୍ରେନ୍ରେ ଅଛି ନା ନାହିଁ, ତାହା କେଉଁଠୁ ଆସିଲା, କିଏ ଟ୍ରେନ ଭିତରେ ରଖିଛି ସେ ସମ୍ପର୍କରେ କିଛି ସୂଚନା ମିଳିପାରିନି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।