୧୨ ଘଣ୍ଟିଆ ବଣାଇ ବନ୍ଦ

ବଣାଇ(ରଣଜିତ୍‌ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ବଣାଇ ଉପଖଣ୍ଡକୁ ଜିଲ୍ଲା ଘୋଷଣା ଦାବିରେ ଆଜି ୪ଟି ବ୍ଲକରେ ବନ୍ଦ ପାଳନ କରାଯାଉଛି। ବଣାଇ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ଏଥିଯୋଗୁ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି।

ଏହି ବନ୍ଦ ଡାକରାକୁ ବିଭିନ୍ନ ଦଳ ସମର୍ଥନ କରିଛନ୍ତି।  ସକାଳ ୬ ଟାରୁ ସନ୍ଧ୍ୟା ୬ଟା ଯାଏ ଏହି  ବନ୍ଦ ପାଳନ ହେବ।

ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।