Advertisment

ବସ୍‌-ଟ୍ରକ୍ ମୁହାଁମୁହିଁ ଧକ୍କା,୧୫ ଆହତ

ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଚାରିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା।

ଅଦ୍ୟତନ ହୋଇଛି
Road Accident

Road Accident

Advertisment

ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଅନ୍ତର୍ଗତ ଚାରିଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ଯାତ୍ରୀବାହୀ ବସ୍‌ ଓ ଏକ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। 

Advertisment

ଗତକାଲି ବିଳମ୍ବିତ ରାତିରେ ‘ସାହିଲ୍’ ନାମକ ଏହି ଯାତ୍ରୀବାହୀ ବସ୍‌ଟି ବଡ଼ମ୍ବାରୁ ବଲାଙ୍ଗିର ଅଭିମୁଖେ ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍‌ ସହ ଚାରିଛକ ନିକଟରେ ବସ୍‌ଟିର ମୁହାଁମୁହିଁ ଧକ୍କା ହୋଇଥିଲା। ଏହା ପରେ ବସ୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଖସି ପଡ଼ିଥିଲା। ଦୁର୍ଘଟଣାରେ ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପୁଲିସ ପହଞ୍ଚି ଆହତମାନଙ୍କୁ ପୁରୁଣାକଟକ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲା।

ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଓ ହେଲପରଙ୍କ କିଛି ହୋଇ ନାହିଁ। ପୁଲିସ୍‌ ଉଭୟ ବସ୍‌ ଓ ଟ୍ରକ୍‌କୁ ଜବତ କରି ଘଟଣାର ତଦନ୍ତ କରୁଛି। ବସ୍‌ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିଲେ।

Advertisment
Road Accident Boudh
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe