ବୌଦ୍ଧ: ମ୍ୟାଲେରିଆ, ଡେଙ୍ଗୁ, ଝାଡାବାନ୍ତି ସଚେତନତା ଶିବିର

ବୌଦ୍ଧ: ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷରେ ମ୍ୟାଲେରିଆ, ଡେଙ୍ଗୁ ଓ ଝାଡାବାନ୍ତି ସମ୍ପର୍କୀତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଅଜୟ କୃଷ୍ଣ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ କର୍ମଶାଳାରେ ଜିଲ୍ଲାପାଳ ମଧୁସୂଦନ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ଉପଜିଲ୍ଲାପାଳ ଶ୍ରୀକାନ୍ତ ତରେଇ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ରାମଚନ୍ଦ୍ର […]

bpudh

Rakesh Mallick
  • Published: Sunday, 16 August 2015
  • , Updated: 16 August 2015, 11:54 AM IST

ବୌଦ୍ଧ: ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷରେ ମ୍ୟାଲେରିଆ, ଡେଙ୍ଗୁ ଓ ଝାଡାବାନ୍ତି ସମ୍ପର୍କୀତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଅଜୟ କୃଷ୍ଣ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ କର୍ମଶାଳାରେ ଜିଲ୍ଲାପାଳ ମଧୁସୂଦନ ମିଶ୍ର ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ । ଉପଜିଲ୍ଲାପାଳ ଶ୍ରୀକାନ୍ତ ତରେଇ ସମ୍ମାନୀତ ଅତିଥି ଭାବେ ଯୋଗଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ରାମଚନ୍ଦ୍ର ରାଉତ, ଏଡିଏମଓ ଅନୀତା ପଟ୍ଟନାୟକଙ୍କ ସମେତ ସ୍ୱାସ୍ଥ୍ୟ ବିଭାଗର ଅଧିକାରୀ ଉପସ୍ଥିତ ରହି ଏହି ରୋଗ ବ୍ୟାପୁବାର କାରଣ ଓ ଏହାର ନିରାକରଣ ଉପରେ ଆଲୋକପାତ କରିଥିଲେ । ଆସନ୍ତା ୧୭ତାରିଖ ପର୍ଯ୍ୟନ୍ତ ଏହି କର୍ମଶାଳା ଚାଲିବ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Related story