ଆଜି ବି ବୌଦ୍ଧ ସର୍ବାଧିକ ଉତ୍ତପ୍ତ ସହର,ଦ୍ୱିତୀୟ ଦିନ ପାଇଁ ତାପମାତ୍ରା ୪୫ ଡିଗ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ ଗ୍ରୀଷ୍ମପ୍ରବାହ ଓ ତତଲା ହାୱା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆଜି ବି କ୍ରମାଗତ ଦ୍ୱିତୀୟ ଦିନ ପାଇଁ ବୌଦ୍ଧରେ ତାପମାତ୍ରା ସର୍ବାଧିକ ୪୫ ଡିଗ୍ରୀ ରେକର୍ଡ କରାଯାଇଛି ଓ ସମଗ୍ର ରାଜ୍ୟରେ ବୌଦ୍ଧ ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । ଗତକାଲି ବୌଦ୍ଧରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁଥିଲା, ଯାହାକି ଚଳିତ ଋତୁରେ ସର୍ବାଧିକ ତାପମାତ୍ରା ଥିଲା । ଏହାସହିତ ଆଜି ରାଜ୍ୟର ୨୫ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ […]

heat-weave

heat-weave

Ordigital Desk
  • Published: Friday, 29 April 2022
  • Updated: 29 April 2022, 07:27 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କ୍ରମାଗତ ଗ୍ରୀଷ୍ମପ୍ରବାହ ଓ ତତଲା ହାୱା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଆଜି ବି କ୍ରମାଗତ ଦ୍ୱିତୀୟ ଦିନ ପାଇଁ ବୌଦ୍ଧରେ ତାପମାତ୍ରା ସର୍ବାଧିକ ୪୫ ଡିଗ୍ରୀ ରେକର୍ଡ କରାଯାଇଛି ଓ ସମଗ୍ର ରାଜ୍ୟରେ ବୌଦ୍ଧ ସର୍ବାଧିକ ଉତ୍ତପ୍ତ ସହର ପାଲଟିଛି । ଗତକାଲି ବୌଦ୍ଧରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁଥିଲା, ଯାହାକି ଚଳିତ ଋତୁରେ ସର୍ବାଧିକ ତାପମାତ୍ରା ଥିଲା । ଏହାସହିତ ଆଜି ରାଜ୍ୟର ୨୫ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ୯ଟି ସ୍ଥାନରେ ୪୩ ଡିଗ୍ରୀ ଓ ୫ଟି ସ୍ଥାନରେ ୪୪ ଡିଗ୍ରୀ ଉପରେ ତାପମାତ୍ରା ରହିଛି।

ଗତ ଦୁଇଦିନ ତଳେ ବୌଦ୍ଧ ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହର ରହିଥିଲା । ଗତକାଲି ଗୁରୁବାର ବୌଦ୍ଧରେ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ ହୋଇଥିଲା ଯାହାକି ଚଳିତ ଗ୍ରୀଷ୍ମଋତୁରେ ସର୍ବାଧିକ ଥିଲା । ଆଜି ମଧ୍ୟ ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରୀ ରେକର୍ଡ ହୋଇଛି । ଆଜି ରାଜ୍ୟର ଯେଉଁ ୫ଟି ସ୍ଥାନରେ ତାପମାତ୍ରା ୪୪ଡିଗ୍ରୀ ବା ଏହା ଉପରେ ରହିଛି, ସେଗୁଡ଼ିକ ହେଲା- ଅନୁଗୋଳ (୪୪.୭), ଦେବଗଡ଼ (୪୪. ୬), ତାଳଚେର (୪୪. ୫) ଓ ବଲାଙ୍ଗିର (୪୪)।

ଟିଟିଲାଗଡ଼ରେ ତାପମାତ୍ରା ୪୩.୮ ଓ ସୋନପୁରରେ ୪୩.୬ ରହିଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ତାପମାତ୍ରା ୪୦.୨ ଡିଗ୍ରୀ ଓ କଟକ ୪୦.୧ ଡିଗ୍ରୀ ରହିଛି । ଗତକାଲି ତୁଳନାରେ କଟକ ଓ ଭୁବନେଶ୍ୱର ଉଭୟ ସହରରେ ତାପମାତ୍ରା ଆଜି ଅଧିକ ରହିଛି । ଆଜି ଗୋପାଳପୁରରେ ସର୍ବନିମ୍ନ ୩୧.୧ ଓ ପାରାଦୀପରେ ୩୨.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ସୂଚନାଯୋଗ୍ୟ, ଗତ ପ୍ରାୟ ଏକ ସପ୍ତାହ ଧରି ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ତତଲା ହାୱା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଅତି ଜରୁରୀ ନଥିଲେ ଘରୁ ନବାହାରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos