ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍ ଟେକ୍ନୋଲୋଜି(ବିପିୟୁଟି) ଏବଂ ଏହାର ସହବନ୍ଧିତ ଶିକ୍ଷାନୁଷ୍ଠାନଗୁଡ଼ରେ ଚଳିତ ମାସ ୧୭ ଓ ୧୮ରେ ହେବାକୁ ଥିବା ସିମେଷ୍ଟର ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଡିସେମ୍ବର ୧୭ରେ ହେବାକୁ ଥିବା ପରୀକ୍ଷା ଜାନୁୟାରୀ ୧୧ରେ ଏବଂ ଡିସେମ୍ବର ୧୮ରେ ହେବାକୁ ଥିବା ପରୀକ୍ଷା ଜାନୁୟାରୀ ୧୨ରେ ଅନୁଷ୍ଠିତ ହେବ। ବିପିୟୁଟି ପକ୍ଷରୁ ଜାରି ଏକ ନୋଟିସ୍ ଅନୁସାରେ ସ୍ୱତନ୍ତ୍ର କୋଶଳ ରାଜ୍ୟ ଗଠନ ପାଇଁ କୋଶଳ ରାଜ୍ୟ ସମନ୍ୱୟ ସମିତି ଯେଉଁ ବନ୍ଦ ଡାକରା ଦେଇଛି ତାହାକୁ ଦୃଷ୍ଟିରେ ରଖି ବିପିୟୁଟି ଏହି ସିମେଷ୍ଟର ପରୀକ୍ଷାକୁ ଘୁଞ୍ଚାଇ ଦେଇଛି।
ସୂଚନା ଅନୁସାରେ ୨୦୧୮-୧୯ ଶିକ୍ଷା ବର୍ଷପାଇଁ ବିପିୟୁଟି ଏବଂ ଏହାର ସହବନ୍ଧିତ ମହାବିଦ୍ୟାଳୟଗୁଡ଼ିକରେ ଏହି ସିମେଷ୍ଟର ପରୀକ୍ଷା ପୂର୍ବନିର୍ଦ୍ଧାରିତ ତାରିଖରେ ହେବ ନାହିଁ। ନୋଟିସ୍ ମୁତାବକ ନୂତନ ତାରିଖରେ ଏହି ପରୀକ୍ଷା ସମ୍ପାଦିତ ହେବ। ଡିସେମ୍ବର ୧୭ରେ ଏହି ନୋଟିସ୍ ଜାରି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହାଟରୁ ମିଳିଥିଲା ଅଧା ପୋଡ଼ା ମୃତଦେହ; ଟଙ୍କା ନ ଦେବାରୁ ଜାଳିଦେଇଥିଲେ ଦୁଇ ଦୋକାନୀ
ଗତ ୧୬ତାରିଖରେ କନ୍ଦା ମହାନ୍ତ କେନ୍ଦୁଜୁଆଣି ହାଟକୁ ଆସିଥିଲେ। ସେଠାରେ ସେ ଉଭୟ ଦୋକାନୀଙ୍କ ନିକଟରୁ ପତ୍ରପୋଡା ମାଂସ ସହିତ ଚଣା ଆଣି ଖାଇଥିଲେ। ମାତ୍ର ସେମାନଙ୍କୁ ସେ ଟଙ୍କା ଦେଇ ନ ଥିଲେ।
Politics
ପିଏସୟୁକୁ କେମିତି ମିଳୁଛି କାମ?
ଭୁବନେଶ୍ୱରରେ ଏକ ତାରକା ହୋଟେଲ ସାମନାରେ ଲାଞ୍ଚ ପାଇଁ ନିଆଯାଉଥିବା ୧୦ ଲକ୍ଷ ଟଙ୍କା ଧରା ପଡ଼ିବା ପରେ ଏବେ ସିବିଆଇ ରାଡରରେ ଆଇଏଏସ ଅଫିସର ବିଷ୍ଣୁପଦ ସେଠୀ।
Crime
ପୁଲିସ ବାବୁଙ୍କ ଦବଙ୍ଗଗିରି; ଅଭିଯୁକ୍ତକୁ ନିର୍ଧୂମ ପିଟିଲେ, ପିଠି ଉପରେ ଚଢ଼ିଗଲେ
ଘଟଣା ଘଟିଛି କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ।
Crime
ଆକ୍ସନ ମୁଡରେ ଇଡି; ଦ୍ୱିତୀୟ ଦିନରେ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ରେଡ୍
ଗତକାଲି ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଥିଲା। ଦିଲ୍ଲୀରେ ମଧ୍ୟ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ତାତିଲେ ଗ୍ରାମବାସୀ, ଦୁର୍ଦ୍ଦାନ୍ତ ନକ୍ସଲ ହିଡମା ଘରକୁ ମାଟିରେ ମିଶାଇଦେଲେ
ହିଡମା ନିଜ ଗାଁ ଲୋକଙ୍କୁ ସବୁବେଳେ ଡରାଇ ଧମକାଇ ରଖିଥିବା ବେଳେ ବହୁ ଲୋକ ଗାଁ ଛାଡ଼ି ଚାଲି ଯାଇଥିଲେ। ମାତ୍ର ଏବେ ସେନା ସହଯୋଗରେ ହିଡମା ଘରକୁ ମାଟିରେ ମିଶାଇ ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ।