ଅନ୍‌ଲାଇନ୍‌ରେ ହେବ ବିପିୟୁଟି ପରୀକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ବିପିୟୁଟି) ଅଧୀନରେ ଥିବା ଇଞ୍ଜିନିୟରିଂ କଲେଜର ଅଷ୍ଟମ ସେମିଷ୍ଟାର ପରୀକ୍ଷା ବାତିଲ୍ ହେବନି। ଜୁଲାଇ ପ୍ରଥମରୁ ଦ୍ଵିତୀୟ ସପ୍ତାହ ଭିତରେ ହେବ ଅନ୍‌ଲାଇନ୍‌ ପରୀକ୍ଷା। ଯିଏ ଅନ୍‌ଲାଇନ୍‌ରେ ପରୀକ୍ଷା ଦେବେନି, ସେମାନେ ସ୍ଥିତି ସୁଧୁରିବା ପରେ କଲେଜ ଖୋଲିଲେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ। ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସବୁ ଜିଲ୍ଲାରେ ଓ ରାଜ୍ୟ ବାହାରେ ପରୀକ୍ଷା କେନ୍ଦ୍ର […]

bput-1

Niharika Rout
  • Published: Friday, 12 June 2020
  • , Updated: 12 June 2020, 01:37 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜୁ ପଟ୍ଟନାୟକ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ବିପିୟୁଟି) ଅଧୀନରେ ଥିବା ଇଞ୍ଜିନିୟରିଂ କଲେଜର ଅଷ୍ଟମ ସେମିଷ୍ଟାର ପରୀକ୍ଷା ବାତିଲ୍ ହେବନି। ଜୁଲାଇ ପ୍ରଥମରୁ ଦ୍ଵିତୀୟ ସପ୍ତାହ ଭିତରେ ହେବ ଅନ୍‌ଲାଇନ୍‌ ପରୀକ୍ଷା। ଯିଏ ଅନ୍‌ଲାଇନ୍‌ରେ ପରୀକ୍ଷା ଦେବେନି, ସେମାନେ ସ୍ଥିତି ସୁଧୁରିବା ପରେ କଲେଜ ଖୋଲିଲେ ଅଫ୍‌ଲାଇନ୍‌ରେ ପରୀକ୍ଷା ଦେଇପାରିବେ। ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ସବୁ ଜିଲ୍ଲାରେ ଓ ରାଜ୍ୟ ବାହାରେ ପରୀକ୍ଷା କେନ୍ଦ୍ର କରାଯିବ। ଛାତ୍ରଛାତ୍ରୀ ଚାହିଁଲେ ଅଫ୍‌ଲାଇନ୍‌ରେ ବି ପରୀକ୍ଷା ଦେଇପାରିବେ। ତେବେ ଶିକ୍ଷାନୁଷ୍ଠାନ ଖୋଲିବା ପରେ ଅଫ୍‌ଲାଇନ୍‌ରେ ପରୀକ୍ଷା ହେବ।

ଉଲ୍ଲେଖଯୋଗ୍ୟ ଯେ, ବିପିୟୁଟି ଅଧୀନରେ ଥିବା ସମସ୍ତ ପରୀକ୍ଷା ଜୁନ ଶେଷ ସପ୍ତାହ ଓ ଜୁଲାଇ ପ୍ରଥମ ସପ୍ତାହରେ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ପୂର୍ବରୁ କୁହାଯାଇଥିଲା।

Related story