ରାଉରକେଲା: ରାଉରକେଲାରେ ବ୍ରାହ୍ମଣୀ ନଦୀରେ ବୁଡ଼ି ଆଜି ସକାଳେ ତିନି ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ପି.ଶରତ, ପି. ଶ୍ୟାମ ଓ ପଙ୍କଜ। ପି. ଶରତଙ୍କ ମୃତ ଦେହକୁ ପ୍ରଥମେ ଉଦ୍ଧାର କରାଯାଇଥିଲା। ପରେ ନିଖୋଜ ଯୁବକ ପି.ଶ୍ୟାମ ଓ ପଙ୍କଜଙ୍କ ମୃତ ଦେହ ମିଳିଥିଲା। ଆଜି ସକାଳେ ଏମାନେ ଗାଧୋଇବା ପାଇଁ ବ୍ରାହ୍ମଣୀ ନଦୀର ତରକେରା ଘାଟକୁ ଯାଇଥିଲେ। ପି.ଶରତ ମୁମ୍ବାଇରେ ରହନ୍ତି। ସ୍ଥାନୀୟ ଅଞ୍ଚଳରେ ଏକ ବିବାହ ଉତ୍ସବରେ ଯୋଗଦେବା ପାଇଁ ସେ ଆସିଥିଲେ। ଅନ୍ୟ ଦୁଇ ଜଣ ସ୍ଥାନୀୟ ରେଳବାଇ କଲୋନୀର ବାସିନ୍ଦା। ଅଗ୍ନିଶମ ବିଭାଗ ଓ ସ୍ଥାନୀୟ ଲୋକଙ୍କ ପକ୍ଷରୁ ମୃତଦେହଗୁଡ଼ିକୁ ଉଦ୍ଧାର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।