ଭୁବନେଶ୍ୱର; ବ୍ରହ୍ମ ପରିବର୍ତ୍ତନ ବିଭ୍ରାଟ ପ୍ରତିବାଦରେ ବିଜେପି ଆନ୍ଦୋଳନକୁ ବ୍ୟାପକ କରିବ ବୋଲି କହିଛି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ଦଳ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି । ଏହି କ୍ରମରେ ଆସନ୍ତା ଜୁନ ୩୦ରୁ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ଦଳ ସାରା ରାଜ୍ୟରେ ବ୍ୟାପକ ଆନ୍ଦୋଳନ କରିବ । ଏହି ଅବସରରେ ଶତାଧିକ ସ୍ଥାନରେ ସାଧାରଣ ସଭା କରାଯାଇ ଲୋକଙ୍କୁ ସଚେତନ କରାଯିବ । ରାଜ୍ୟସ୍ତରୀୟ ନେତାମାନେ ବିଭିନ୍ନ ଅଞ୍ଚଳ ଗସ୍ତ କରି ଲୋକଙ୍କୁ ସଚେତନ କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି । ନବକଳେବର ବିଭ୍ରାଟ ଲାଗି ସରକାରୀ ଦଳକୂ ବିଜେପି ଟାର୍ଗେଟ କରିଛି । ଦଳ ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଦାରୁ ଚୟନଠାରୁ ଘଟ ପରିବର୍ତ୍ତନ ପର୍ଯ୍ୟନ୍ତ ହୋଇଥିବା ବିଭ୍ରାଟରେ ସରକାରୀ ଦଳର ସମ୍ପୃକ୍ତି ରହିଛି । କେବଳ ଦୁଇଜଣ ସେବାୟତ ନୁହନ୍ତି ସରକାରୀ ଦଳର କର୍ମକର୍ତ୍ତା, କର୍ପୋରେସନ୍ ଦାୟିତ୍ୱରେ ଥିବା ସେବାୟତ, ମନ୍ତ୍ରୀ ଓ ମନ୍ଦିର ପ୍ରଶାସନ ବିରୋଧରେ କାର୍ଯାନୁଷ୍ଠାନ ପାଇଁ ଦଳ ଦାବି କରିଛି । ଏହାସହ ବ୍ରହ୍ମ ପରିବର୍ତ୍ତନ ବିଭ୍ରାଟର ନ୍ୟାୟିକ ତଦନ୍ତ କରାଯିବାକୁ ଦଳ ଦାବି କରିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଫିସ୍ରେ ପଶି ଅତିରିକ୍ତ ତହସିଲଦାରଙ୍କୁ ଟଣାଓଟରା କଲେ ମହିଳା
ଜାତିଗତ ପ୍ରମାଣ ପତ୍ର ପାଇନଥିବାରୁ ସିଆର୍ପିଏଫ୍ ଚାକିରି ଆଶାୟୀଙ୍କ ଧୌର୍ଯ୍ୟର ବନ୍ଧ ଭାଙ୍ଗି ଯାଇଥିଲା। ଏହାଛଡ଼ା ନିଜ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା।
Miscellaneous
ଜଗା ଜମି ଜାଲିଆତି: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ତଦନ୍ତ ଆରମ୍ଭ
ମାଟିତୋଟା ମୌଜାରେ ୧୦୯ଟି ରେଭିନ୍ୟୁ ପ୍ଲଟ ବେଆଇନ ଭାବେ ଜବରଦଖଲ ସହ ହସ୍ତାନ୍ତର ହୋଇଛି। ଯେଉଁମାନେ ଶ୍ରୀମନ୍ଦିର ଜମି ଅକ୍ତିଆର ବା ଏହି ଜମିରେ କୋଠା ନିର୍ମାଣ କରିଛନ୍ତି, ତାକୁ ଉଚ୍ଛେଦ କରାଯିବ ବୋଲି କହିଛନ୍ତି ଜିଲ୍ଲାପାଳ।
Crime
ଭିଣୋଇ ଓ ସ୍ୱାମୀଙ୍କ ପରେ ଜେଲ୍ ଗଲେ ସ୍କୁଟି ଦିଦି
ଦୁଇ ବର୍ଷ ତଳେ ପଶ୍ଚିମବଙ୍ଗ ଏସ୍ଟିଏଫ୍ ହାତରେ ଧରା ପଡ଼ିଥିଲେ ରୁକ୍ସାନାଙ୍କ ଭିଣୋଇ ଏସ୍.କେ ରସିଦ। କୋଲକାତାରୁ ତାଙ୍କୁ ଗିରଫ କରିଥିଲା ଏସ୍ଟିଏଫ୍ ଟିମ୍। କାର ସହ ୧୦ ଲକ୍ଷ ଟଙ୍କାର ହେରୋଇନ୍ ତାଙ୍କଠାରୁ ଜବତ କରିଥିଲା।
Miscellaneous
କ୍ୟାପିଟାଲ ହସ୍ପିଟାଲରେ ବଢିବ ଆଇସିୟୁ ବେଡ୍ ସଂଖ୍ୟା
୪୦ ଆଇସିୟୁ ବେଡ୍ ବିଶିଷ୍ଟ ହେବ କ୍ୟାପିଟାଲ ହସ୍ପିଟାଲ। ବନ୍ଦ ରହିଥିବା ମିଶନ ଶକ୍ତି କାଫେକୁ ମଧ୍ୟ ଏସଏଚଜି ମହିଳାଙ୍କୁ ହସ୍ତାନ୍ତର କରି ଚାଲୁ କରାଯିବ। ରୋଗୀ କଲ୍ୟାଣ ସମିତି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି।
Weather
ଆସୁଛି ଆଉ ଏକ ଲଘୁଚାପ!
କୁହୁଡି ନେତା ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଝାରସୁଗୁଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବାର ସମ୍ଭାବନା ରହିଛି।