Advertisment

ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟା ସାଢ଼େ ୭ଟାରେ ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ ହୋଇଛି। ଏନେଇ ସୂଚନା ଦେଇଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଏକ ଘରୋଇ ହସ୍ପିଟାଲରେ ୯୦ ବର୍ଷ ବୟସରେ ଜୟନ୍ତୀଙ୍କର ପରଲୋକ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ପଟ୍ଟନାୟକଙ୍କ ପତ୍ନୀ ହେଉଛନ୍ତି ଜୟନ୍ତୀ। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ସେ ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ହୋଇଥିଲେ। ବ୍ରହ୍ମପୁର ଓ କଟକ ଲୋକସଭା ଆସନରୁ ସାଂସଦ ଭାବେ […]

author-image
Niranjan Mishra
ଅଦ୍ୟତନ ହୋଇଛି
ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ

jaynti

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ସନ୍ଧ୍ୟା ସାଢ଼େ ୭ଟାରେ ପୂର୍ବତନ ସାଂସଦ ଜୟନ୍ତୀ ପଟ୍ଟନାୟକଙ୍କ ପରଲୋକ ହୋଇଛି। ଏନେଇ ସୂଚନା ଦେଇଛନ୍ତି ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ଏକ ଘରୋଇ ହସ୍ପିଟାଲରେ ୯୦ ବର୍ଷ ବୟସରେ ଜୟନ୍ତୀଙ୍କର ପରଲୋକ ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ପଟ୍ଟନାୟକଙ୍କ ପତ୍ନୀ ହେଉଛନ୍ତି ଜୟନ୍ତୀ। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ।

Advertisment

ସେ ଜାତୀୟ ମହିଳା କମିଶନର ପ୍ରଥମ ଅଧ୍ୟକ୍ଷା ହୋଇଥିଲେ। ବ୍ରହ୍ମପୁର ଓ କଟକ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ସେ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ଶାଶୁ। ତାଙ୍କ ବିୟୋଗରେ ବହୁ ବିଶିଷ୍ଟ ଲୋକମାନେ ଶୋକ ପ୍ରକାଶ କରିଛନ୍ତି।

ମୃତ ବେଳେ ତାଙ୍କ ନିକଟରେ ପୁଅ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ଓ ଝିଅ ସୁଦାତା ପଟ୍ଟନାୟକ ଉପସ୍ଥିତ ଥିଲେ। ଆସନ୍ତାକାଲି ତାଙ୍କର ଶେଷକୃତ କରାଯିବ।

Advertisment