ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ହେଲମେଟ୍ ଚେକିଂଠାରୁ ଆରମ୍ଭ କରି ଗାଡ଼ିକାଗଜପତ୍ର। ତାସହିତ ଗାଡ଼ି ଡ୍ରାଇଭିଂ ବେଳେ ମଦ୍ୟପାନ ଚେକିଂ। ରାଜଧାନୀ ଠାରୁ ରାୟଗଡ଼ା। ଗଳିକନ୍ଦିରେ ଚଢ଼ାଉ। ଛକ ଛକରେ ଛାନଭିନ୍। ନୂଆ ମୋଟରଯାନ ଆଇନ୍ ଆସିବା ପରେ ଏମିତି ସାରାରାଜ୍ୟରେ ଏକପ୍ରକାର ଆତଙ୍କ ଖେଳାଇ ଦେଇଥିଲା। ହେଲେ ଏବେ ଟ୍ରାଫିକ୍ କୋକୁଆ ଭୟ ନୁହେଁ ବରଂ ସଭିଙ୍କୁ ଘାରିଛି କରୋନା ଭୟ। ଲୋକେ ଆଉ ଘରୁ ବାହାରୁ ନାହାନ୍ତି। ତେବେ ଏହି କରୋନା ମଦ୍ୟପଙ୍କୁ ଏକପ୍ରକାର ସୁହାଇଛି।
କାରଣ ଛୁଆଁଛୁଇଁ ଉପରେ କଟକଣା ଥିବାରୁ ବ୍ରେଥ୍ ଆନାଲାଇଜର୍ ଟେଷ୍ଟ ଉପରେ ରୋକ ଲଗାଯାଇଛି। ଆଗରୁ ମଦ୍ୟପଙ୍କୁ ଧରୁଥିଲା ମେସିନ। ହେଲେ ଏବେ ସେଇ ମେସିନ୍କୁ ଫୁଙ୍କିବେନି ମଦ୍ୟପ। ବ୍ରେଥ୍ ଆନାଲାଇଜର୍ ଟେଷ୍ଟ ବନ୍ଦ ପାଇଁ ପୋଲିସ ଡିଜି ଅଭୟ ନିର୍ଦ୍ଦେଶ ଦେଇଛନ୍ତି।। ଏନେଇ ସବୁ ଏସ୍ପି ଏବଂ ଡିସିପିମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କରୋନା ସଂକ୍ରମଣ ରୋକିବା ପାଇଁ ଏମିତି ପଦକ୍ଷେପ ନିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।