ଉମରକୋଟ(ଓଡ଼ିଶା ରିପୋର୍ଟର): ନବରଙ୍ଗପୁର ଜିଲ୍ଲା ଉମରକୋଟରେ ନିର୍ମାଣାଧୀନ ପୋଲ ଭୁଶୁଡ଼ି ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଛି। ଏଥିସହ ୬ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି । ତାଲାପଦର ପାଖରେ ନିର୍ମାଣାଧିନ ପୋଲ ଭୁଶୁଡ଼ି ପଡ଼ି ଜଣକର ଜୀବନ ଯାଇଛି । ଅନ୍ୟ ୬ ଜଣ ଆହତ ହୋଇଛନ୍ତି । ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ପୋଲ ନିର୍ମାଣ ବେଳେ ଏହି ଅଘଟଣ ଘଟିଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।
ଆହତ ଶ୍ରମିକଙ୍କୁ ଉମରକୋଟ୍ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ସୂଚନା ଅନୁଯାୟୀ ୨୦୧୮ ମସିଆରେ ଭୁବନେଶ୍ୱରର ବମିଖାଲର ନିର୍ମାଣାଧୀନ ଓଭର ବ୍ରିଜ୍ ଲୁହା ରଡ଼୍ରେ ଚାପି ହୋଇ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ତା ପୂର୍ବରୁ ୨୦୧୭ ସେପ୍ଟେମ୍ବର ୧୦ ତାରିଖରେ ମଧ୍ୟ ଭୁଶୁଡି ପଡିଥିଲା ଭୁବନେଶ୍ୱର ବମିଖାଲରେ ନିର୍ମାଣାଧୀନ ରେଲ୍ ଓଭରବ୍ରିଜ୍ । ଅଘଟଣରେ ଝାରପଡ଼ାର ସତ୍ୟବ୍ରତ ପଟ୍ଟନାୟକଙ୍କ ମୃତ୍ୟୁ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।