ରାୟଗଡ଼ା:ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡ଼ିଛି ରାୟଗଡ଼ା । ପ୍ରବଳ ବର୍ଷା ଯୋଗୁ କଲ୍ୟାଣୀ ଓ ନାଗାବଳୀ ନଦୀରେ ଜଳସ୍ତର ବୃଦ୍ଧିପାଉଛି। ପ୍ରଖର ସ୍ରୋତରେ କଲ୍ୟାଣୀ ନଦୀର ପୋଲ ଧୋଇଯାଇଛି।
କଲ୍ୟାଣସିଂହପୁରରେ କଲ୍ୟାଣୀ ନଦୀରେ ଥିବା ସ୍ଥାୟୀ ପୋଲ ୨୦୧୭ରେ ଭାଙ୍ଗିଯାଇଥିଲା । ଲୋକେ ଯାତାୟାତ ସୁବିଧା ପାଇଁ ଏକ ଅସ୍ଥାୟୀ ମାଟି ପୋଲ ନିର୍ମାଣ କରିଥିଲେ। ଏବେ ବନ୍ୟା ଯୋଗୁ ଏହି ଅସ୍ଥାୟୀ ପୋଲ ଭାସି ଯାଇଛି। ପୋଲ ଉପରେ ୫ ଫୁଟର ପାଣି ଚାଲୁଛି। ଫଳରେ ଯାତାୟାତ ଠପ୍ ହୋଇଯାଇଛି।
ସ୍ଥାୟୀ ପୋଲ ଭାଙ୍ଗିଯିବା ପରେ ଏହାର ତୁରନ୍ତ ମରାମତି ପାଇଁ ଅଞ୍ଚଳବାସୀ ପ୍ରଶାସନ ନିକଟରେ ଦାବି କରିଥିଲେ। ହେଲେ ପ୍ରଶାସନ କୌଣସି ପଦକ୍ଷେପ ନ ନେବାରୁ ଏକ ଅସ୍ଥାୟୀ ପୋଲ କରି ଯାତାୟାତ କରୁଥିଲେ। ଏବେ ସେତକ ବି ଭାସିଗଲା। କିପରି ଯିବା ଆସିବା କରିବେ, ପିଲା ସ୍କୁଲ କିପରି ଯିବେ ସେ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କୁ ଚିନ୍ତା ଘାରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆସିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ଜିପିଆର- ଜିପିଏସ୍ ସର୍ଭେ ରିପୋର୍ଟ
ବୈଷୟିକ ରିପୋର୍ଟ ହସ୍ତଗତ ହୋଇ ସାରିଥିବାରୁ ତୁରନ୍ତ ସମଗ୍ର ରତ୍ନଭଣ୍ଡାରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ହାତକୁ ନେବାକୁ ଏଏସଆଇ କର୍ତ୍ତୃପକ୍ଷଙ୍କୁ ଅନୁରୋଧ କରାଯାଇଥିବା ଲେଖିଛନ୍ତି ମୁଖ୍ୟ ପ୍ରଶାସକ।
Miscellaneous
ଓଡ଼ିଶା ଶିଳ୍ପ ନୀତି ଓ ଓଡ଼ିଶା ବିଶ୍ୱବିଦ୍ୟାଳୟ ଆଇନରେ ସଂଶୋଧନକୁ ରାଜ୍ୟ କ୍ୟାବିନେଟ୍ ମଞ୍ଜୁରୀ
ଓଡ଼ିଶାରେ ଉଚ୍ଚଶିକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ପାଇଁ ଆଜି ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁରୀ ଦେଇଛନ୍ତି ।
Politics
ଯାଜପୁର କଳିରେ ଲମ୍ଫ ମାରିଲେ ପ୍ରମିଳା; ପ୍ରତି ଆକ୍ରମଣ କଲେ ହିମାଂଶୁ
ହିମାଂଶୁ-ଲଲ-ବବି କଳିରେ ଏଣ୍ଟ୍ରୀ ମାରି ଗଣମାଧ୍ୟମରେ ପ୍ରମିଳା କହିଥିଲେ, ଧର୍ମଶାଳା ବିଧାୟକ ମିଛ କହୁଛନ୍ତି। ଗାଡିରୁ ସେ ଓହ୍ଲାଇ ନାହାଁନ୍ତି। ତାଙ୍କୁ କିଏ ଆକ୍ରମଣ କଲା
Special
ଅପେକ୍ଷା କରିଥିଲେ ପ୍ରେମିକା! ଜେଲ୍ରୁ ଆସି ବାହାହେଲେ
ପରିବାର ଲୋକଙ୍କ ବାରଣ ଯୋଗୁ ପୂର୍ଣ୍ଣିମାଙ୍କ ସହିତ କଥାବାର୍ତ୍ତା ବନ୍ଦ କରିଦେଲେ ଶୁକଦେବ। ପୂର୍ଣ୍ଣିମା ଫୋନ୍ କଲେ ସେ ଉଠାଉନଥିଲେ। ଯାହାକୁ ନେଇ ଚିନ୍ତାରେ ପଡ଼ି ଯାଇଥିଲେ ପୂର୍ଣ୍ଣିମା।