ପାରାଦୀପ(ରମାକାନ୍ତ ନାୟକ): ଜଗତସିଂହପୁର ଜିଲ୍ଲା ଅନ୍ତର୍ଗତ କୁଜଙ୍ଗ ବ୍ଲକରେ ପୁଣି ୨ ଘାଇ। ଗତକାଲି ଦୁଇଟି ଘାଇ ହୋଇଥିବା ବେଳେ ଆଜି ଆଉ ୨ ଘାଇ ସୃଷ୍ଟି ହେବା ଲୋକଙ୍କ ଦୁର୍ଦ୍ଦଶା ବଢ଼ାଇ ଦେଇଛି। ମହାନଦୀର ରାହାମା ନିକଟ ତେରମାଣପୁର ଘେରିବନ୍ଧରେ ଓ ପାଇକା ନଦୀର କାଠକୋଟ ଗାଁ ନିକଟରେ ଘାଇ ହୋଇଛି।
ରାହାମା ନିକଟ ତେରମାଣପୁର ଘେରିବନ୍ଧରେ ପ୍ରାୟ ୬୦ ଫୁଟର ଘାଇ ହୋଇଛି। ଫଳରେ ମହାନଦୀର ବନ୍ୟା ଜଳ ତେରମାଣପୁର ଏବଂ କୋଟସାହି ଗ୍ରାମରେ ପ୍ରବେଶ କରିଛି। ଫଳରେ ଦୁଇ ଗାଁର ପ୍ରାୟ ୨ ଶହ ପରିବାର ପାଣି ଘେରରେ ରହିଛନ୍ତି। ଘାଇ ହୋଇ ହଠାତ ବନ୍ୟାଜଳ ପ୍ରବେଶ କରିବାରୁ ଲୋକଙ୍କୁ ସହାୟତା ପାଇଁ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର ଗୋଟିଏ ଟିମ ପହଞ୍ଚିଛି।
ସେହପରି ପାଇକା ନଦୀର କାଠକୋଟ ଗାଁ ନିକଟରେ ପ୍ରାୟ ୩୦ ଫୁଟର ବିରାଟକାୟ ଘାଇ ହୋଇଛି। ଘାଇ ଯୋଗୁ ୧୨ ପଞ୍ଚାୟତରେ ପଶିଛି ପାଣି। ତିର୍ତ୍ତୋଲ ୯ ଓ କୁଜଙ୍ଗର ୩ ପଞ୍ଚାୟତ ଜଳମଗ୍ନ ହେଇଛି। ଲୋକେ ନାହିଁ ନ ଥିବା ଦୁର୍ଦ୍ଦଶାର ସମ୍ମୁଖୀନ ହୋଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।