ଆଳି(ବନମାଳି ସାହୁ): ରାତିରେ ମା’ ପାଖରେ ଶୋଇଥିଲେ ଭାଇଭଉଣୀ। ହେଲା ଭାବି ନ ଥିଲେ ପରଦିନ ସକାଳ ଦେଖିପାରିବେନି ବୋଲି। ରାତିରେ ହିଁ ବିଷଧର ସାପ କାମୁଡ଼ାରୁ ଆଖି ବୁଜିଲେ ଭାଇଭଉଣୀ। ଏପରି ହୃଦୟ ବିଦାରକ ଘଟଣା କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଘଟିଛି। ମୃତକଦ୍ୱୟ ହେଲେ ଅରୁଣ କୁମାର ଦାଶଙ୍କର ୧୧ବର୍ଷର ପୁଅ ଅଭିଷେକ, ଓ ୩ବର୍ଷର ଝିଅ ଭୂମିକା।
ସୂଚନା ଅନୁଯାୟୀ, ଗତ କାଲି ରାତିରେ ମା’ଙ୍କ ପାଖରେ ଅଭିଷେକ ଓ ଭୂମିକା ଶୋଇଥିଲେ। ହେଲେ ବିଳମ୍ୱିତ ରାତିରେ ପ୍ରଥମେ ଅଭିଷେକର ହାତକୁ ଓ ପରେ ଭୂମିକାକୁ ସାପ କାମୁଡି ଦେଇଥିଲା। ଉଭୟଙ୍କ ଚିତ୍କାର କରିବାରୁ ଘର ଲୋକେ ଉଠିପଡ଼ି ସାପ ଦେଖିଥିଲେ ।
ଏହାପରେଚିକିତ୍ସା ପାଇଁ ପ୍ରଥମେ ଉଭୟଙ୍କୁ ଯାଜପୁର ହସ୍ପିଟାଲ ପରେ କଟକ ସ୍ଥାନାନ୍ତରିତ କରାଯାଇଥିଲା । ହେଲେ ଡାକ୍ତର ଉଭୟଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ଏହାକୁ ନେଇ ଗୋବିନ୍ଦପୁର ଅଂଚଳରେ ଶୋକର ଛାୟା ଖେଳି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।