ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ ଚନ୍ଦନ ବଜାର ନିକଟରୁ ପୁଲିସ୍ ୩ ଜଣ ବ୍ରାଉନ ସୁଗର ବେପାରୀଙ୍କୁ ଗିରଫ କରିଛି। ସମସ୍ତଙ୍କ ଘର ରଗଡିସାହିରେ ବୋଲି ଜଣାପଡିଛି। ସେମାନଙ୍କ ନିକଟରୁ ୧୩ ଗ୍ରାମ୍ରୁ ଅଧିକ ବ୍ରାଉନ ସୁଗର ଜବତ କରାଯାଇଛି।
ସୂଚନାଯୋଗ୍ୟ,ଚନ୍ଦନ ବଜାର ନିକଟରେ ଥିବା ପୁରୁଣା ହସ୍ପିଟାଲ ବିଲ୍ଡିଂ କଡ଼ରେ ବ୍ରାଉନ ସୁଗର କାରବାର ଚାଲିଥିଲା। ପୁଲିସ୍ ଖବର ପାଇ ଗତକାଲି ସେଠାରେ ଚଢ଼ଉ କରିଥିଲା। ଏହି ସମୟରେ ଏହି ୩ ଅଭିଯୁକ୍ତ ଧରାପଡ଼ିଥିଲେ। ପୁଲିସ୍ ସେମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।